ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର ଗିରଫ କରାଯାଇଥିଲା। ସେ ହେଲେ ଗଙ୍ଗାଧର ରାଉତ। ଗଙ୍ଗାଧର ନିମାପଡ଼ା ଥାନାରେ ସହକାରୀ ଡ୍ରାଇଭର ଭାବେ କାମ କରନ୍ତି। ତାଙ୍କୁ ସତ୍ୟବାଦୀ ଥାନାରୁ ପୁରୀ କୋର୍ଟକୁ ଶୁକ୍ରବାର ଚାଲାଣ କରାଯାଇଛି।
ସୂଚନାଯୋଗ୍ୟ, ଗଙ୍ଗାଧର ସତ୍ୟବାଦୀ ଥାନାରେ କାମ କରିବା ସମୟରେ ମହିଳାଙ୍କୁ ଏକ ମାମଲାରେ ସହାୟତା ଯୋଗାଇ ଦେବାକୁ କହି ତାଙ୍କ ସହ ସମ୍ପର୍କ ରଖିଥିଲେ। ପରେ ବ୍ଲାକ୍‌ମେଲିଂ କରି ତାଙ୍କଠାରୁ ୮୦ହଜାର ଟଙ୍କା ନେଇଥିଲେ। ମହିଳା ଟଙ୍କା ମାଗିବାରୁ ଗଙ୍ଗାଧର ତାଙ୍କୁ ମାରଧର କରିଥିଲେ। ଏ ନେଇ ଗତ ବର୍ଷ ଥାନାରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କୌଣସି ପଦକ୍ଷେପ ନ ନେବାରୁ ସେ ପୁରୀ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri