ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଜେଏସ୍‌ଡବ୍ଲ୍ୟୁର ପ୍ରୟାସ

ପାରାଦୀପ, ୧୧ା୧ (ସ୍ବ.ପ୍ର.): ପାରାଦୀପଠାରେ ହେବାକୁ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପକ୍ଷରୁ ଶୁକ୍ରବାର ଶିଳ୍ପ ପ୍ରଭାବିତ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ପାଇଁ ରୋଜଗାର ଯୋଗାଇବା ବ୍ୟବସ୍ଥା କରାଯାଇଛି। କମ୍ପାନୀ ପକ୍ଷରୁ ଢିଙ୍କିଆ, ଗଡ଼କୁଜଙ୍ଗ, ନୂଆଗଁ। ପଞ୍ଚାୟତର ୬୦ଜଣ ମହିଳାଙ୍କୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟ ସରକାରଙ୍କ ଓରମାସ୍‌ ଦ୍ୱାରା ଆୟୋଜିତ ଶିଶିର ସରସ ମେଳାକୁ ପଠାଯାଇଛି। ସେଠାରେ ମହିଳାମାନେ କୁଶଳୀ ପ୍ରଶିକ୍ଷକଙ୍କ ଦ୍ୱାରା ବିଭିନ୍ନ ସାମଗ୍ରୀ ତିଆରି କରିବା ପ୍ରଣାଳୀ ଶିଖିବେ। ମହିଳାମାନଙ୍କୁ ମେଶିନ୍‌ ଦ୍ୱାରା ନିର୍ମିତ ସାମଗ୍ରୀର ମାନ-ଗୁଣବତ୍ତା, ଜ୍ଞାନକୌଶଳ, ବ୍ୟବସାୟିକ ପଦ୍ଧତି ଆଦି ବାବଦରେ ପ୍ରଶିକ୍ଷଣ ଦିଆଯିବ। ସେଠାରୁ ଆସିବା ପରେ ସେହି ମହିଳାମାନେ ଗଁ।ରେ ଅନ୍ୟ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ପ୍ରଶିକ୍ଷଣ ଦେବେ। ଏହାଦ୍ୱାରା ଗୋଷ୍ଠୀ ସମୂହର ବିକାଶ ଗ୍ରାମାଞ୍ଚଳରୁ ହୋଇପାରିବ ବୋଲି ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପକ୍ଷରୁ କୁହାଯାଇଛି। ଏହା ରାଜ୍ୟ ସରକାରଙ୍କ ଜୀବିକା ମିଶନର ଏକ ଅଂଶସ୍ବରୂପ ଭଳି ଉପାଦେୟ ହେବ। ମହିଳାଙ୍କୁ କମ୍ପାନୀ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବ। କମ୍ପାନୀ ପକ୍ଷରୁ କରାଯାଇଥିବା ଏହି ବ୍ୟବସ୍ଥାକୁ ଅଞ୍ଚଳର ବୁଦ୍ଧିଜୀବୀମାନେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri