ମହିଳାଙ୍କୁ ହତ୍ୟା ଘଟଣା :  ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର ବୁଧବାର ଶୁଣାଣି କରିଥିଲେ। ଅଭିଯୁକ୍ତ ଟୁନା ଡାକୁଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦାୟ ଅଧିକ ୧ ବର୍ଷ ଜେଲ ଦଣ୍ଡ ପାଇଁ ରାୟରେ ଉଲ୍ଲେଖ କରାଯାଇଛି। ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ଗଁାରେ ସଞ୍ଜୁ ବେହେରା କୌଣସି କାରଣରୁ ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହୋଇ ବାପ ଘରେ ରହୁଥିଲେ। ୨୦୧୮ ଜୁନ ୧୯ରେ ଉକ୍ତ ଥାନା ଅନ୍ତର୍ଗତ ରାଳବ ରୋଡ ବୃଦ୍ଧାଶ୍ରମ ନିକଟରୁ ସଞ୍ଜୁଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଏପରିକି ସେହି ସମୟରେ ପୋଲିସ ଘଟଣାସ୍ଥଳରୁ ରକ୍ତଭିଜା ବିୟର ବୋତଲ ମଧ୍ୟ ଜବତ କରିଥିଲା। ମୃତ ମହିଳାଙ୍କ ଭାଇ ଅଜିତ କୁମାର ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ନଂ.୧୧୫/୧୮ରେ ଏକ ହତ୍ୟା ମାମଲା ରୁଜୁ କରିଥିଲା। ୨୦୧୮ ଜୁନ ୧୭ ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ କାଉଖତ ଗ୍ରାମର ଟୁନା ଡାକୁଆ ହଳଦିଆପଦର ଆସି ସଞ୍ଜୁଙ୍କୁ ଘରୁ ଡାକି ନେଇଥିଲେ ବୋଲି ଭାଇ ଅଜିତ ଥାନାରେ ଦେଇଥିବା ଏତଲାରେ ଦର୍ଶାଇଥିଲେ। ପୋଲିସ ଟୁନାଙ୍କୁ ଗିରଫ କରିଥିଲା। ସଞ୍ଜୁଙ୍କୁ ଟୁନା ଭଲ ପାଉଥିବା ବେଳେ ତାଙ୍କ ଚରିତ୍ରକୁ ସନ୍ଦେହ କରି ସେ ହତ୍ୟା କରିଥିଲେ ବୋଲି ପୋଲିସକୁ କହିଥିଲେ। ପରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ଥାନାଧିକାରୀ ଆଲୋକ ଜେନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ଘଟଣା ପରଠାରୁ ଅଭିଯୁକ୍ତ ଟୁନା ବିଚାରାଧୀନ ବନ୍ଦୀ ଭାବେ ଥିଲେ। ୨୦ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପିପି ଜ୍ଞାନେନ୍ଦ୍ର ନାଥ ଜେନା ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ସୁଧାଂଶୁ ଶେଖର ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri