Posted inଖେଳ

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ: ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲାଉସାନ୍ନେ,୧୩।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳୀ ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା କରିବା ପରେ ଫିଫା ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଉକ୍ତ ପ୍ରଶଂସିକା ଗତବର୍ଷ ପୁରୁଷଙ୍କ ଭଳି ପୋଷାକ ପିନ୍ଧି ତେହେରାନ ଷ୍ଟାଡିୟମ୍‌ ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବାବେଳେ ଗିରଫ ହୋଇଥିଲେ। ତାଙ୍କୁ କୋର୍ଟ ୬ ମାସ ପାଇଁ ଜେଲ ଦଣ୍ଡ ଦେଇଥିଲେ। ତେବେ ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା କେବେ ପ୍ରତିନିଧି ମଣ୍ଡଳୀ ପଠାଇବ, ତାହା ସ୍ପଷ୍ଟ କରିନାହିଁ। ୨୦୧୮ ବିଶ୍ୱକପ୍‌ ମୁଖ୍ୟ ପର୍ଯ୍ୟାୟରେ ଖେଳିଥିବା ଇରାନ ଅକ୍ଟୋବର ୧୦ ତାରିଖରେ କାମ୍ବୋଡିଆ ବିପକ୍ଷରେ ପରବର୍ତ୍ତୀ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ ମହିଳା ଫ୍ୟାନ୍‌ମାନେ ଉପଭୋଗ କରିପାରିବେ ବୋଲି ଦେଶର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗତ ଅଗଷ୍ଟରେ ଘୋଷଣା କରାଯାଇଥିଲା। ତେବେ ଫିଫା ପକ୍ଷରୁ ଚାପ ପ୍ରୟୋଗ କରାଯାଇଥିଲା। ଏଥିନେଇ ହୋଇଥିବା ପ୍ରସ୍ତୁତିକୁ ୩ ଜଣିଆ ପ୍ରତିନିଧି ମଣ୍ଡଳୀ ଯାଞ୍ଚ କରିବା ସହ ଇରାନ ଫୁଟ୍‌ବଲ ମହାସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। କିନ୍ତୁ ଦେଶର କର୍ମକର୍ତ୍ତାଙ୍କ ସହ ଫିଫା ପ୍ରତିନିଧି ଆଲୋଚନା କରିବେ କି ନାହିଁ, ତାହା ମଧ୍ୟ ସ୍ପଷ୍ଟ କରାଯାଇ ନାହିଁ। ଉଲ୍ଲେଖଥାଉ କି, ୧୯୮୧ଠାରୁ ଦେଶର ମହିଳାଙ୍କ ଉପରେ ଫୁଟ୍‌ବଲ ଓ ଅନ୍ୟ ଷ୍ଟାଡିୟମ ମଧ୍ୟକୁ ପ୍ରବେଶ ନେଇ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri