Posted inଖେଳ

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ:  ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲୌସାନ୍ନେ,୧୨।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କୁ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳି ପଠାଯିବ। ଗତ ସପ୍ତାହରେ ଇରାନିଆନ ମହିଳା ପ୍ରଶଂସକ କୋର୍ଟ ବାହାରେ ନିଆଁ ଲଗାଇ ଆତ୍ମହତ୍ୟା କରିବା ପରେ ଫିଫା ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଉକ୍ତ ପ୍ରଶଂସିକା ଗତ ବର୍ଷ ପୁରୁଷଙ୍କ ଭଳି ପୋଷାକ ପିନ୍ଧି ତେହରାନ ଷ୍ଟାଡିୟମ୍‌ ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରୁଥିବାବେଳେ ଗିରଫ ହୋଇଥିଲେ। ତାଙ୍କୁ କୋର୍ଟ ୬ ମାସ ପାଇଁ ଜେଲ ଦଣ୍ଡ ଦେଇଥିଲା। ତେବେ ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା କେବେ ପ୍ରତିନିଧି ମଣ୍ଡଳି ପଠାଇବ, ତାହା ସ୍ପଷ୍ଟ କରିନାହିଁ। ୨୦୧୮ ବିଶ୍ୱକପ୍‌ ମୁଖ୍ୟ ପର୍ଯ୍ୟାୟରେ ଖେଳିଥିବା ଇରାନ ଅକ୍ଟୋବର ୧୦ ତାରିଖରେ କମ୍ବୋଡିଆ ବିପକ୍ଷରେ ପରବର୍ତ୍ତୀ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ ମହିଳା ଫ୍ୟାନମାନେ ଉପଭୋଗ କରିପାରିବେ ବୋଲି ଦେଶର କ୍ରୀଡ଼ା ମନ୍ତ୍ରାଣାଳୟ ପକ୍ଷରୁ ଗତ ଅଗଷ୍ଟରେ ଘୋଷଣା କରାଯାଇଥିଲା। ତେବେ ଫିଫା ପକ୍ଷରୁ ଚାପ ପ୍ରୟୋଗ କରାଯାଇଥିଲା। ଏଥିନେଇ ହୋଇଥିବା ପ୍ରସ୍ତୁତିକୁ ୩ ଜଣିଆ ପ୍ରତିନିଧି ମଣ୍ଡଳି ଯାଞ୍ଚ କରିବା ସହ ଇରାନ ଫୁଟ୍‌ବଲ ମହାସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ବୋଲତ ସୂତ୍ରରୁ ଜଣାପଡ଼ିଛି। କିନ୍ତୁ ଦେଶର କର୍ମକର୍ତ୍ତାଙ୍କ ସହ ଫିଫା ପ୍ରତିନିଧିଙ୍କ ଆଲୋଚନା କରିବେ କି ନାହିଁ, ତାହା ସ୍ପଷ୍ଟ କରାଯାଇ ନାହିଁ। ଉଲ୍ଲେଖଥାଉ କି, ୧୯୮୧ଠାରୁ ଦେଶର ମହିଳାଙ୍କ ଉପରେ ଫୁଟ୍‌ବଲ ଓ ଅନ୍ୟ ଷ୍ଟାଡିୟମ ମଧ୍ୟକୁ ପ୍ରବେଶ କରିବା ନେଇ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri