ଦିଗପହଣ୍ଡି,୨୭ା୭(ଡି.ଏନ.ଏ.)-ଦିଗପହଣ୍ଡି ଏନ୍ଏସି ୧ନଂ. ୱାର୍ଡ ନୀଳକଣ୍ଠ ନଗରରେ ରହୁଥିବା ଜଣେ ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଗତ ୧୯ ତାରିଖରେ ତାଙ୍କ ସ୍ବାମୀ ଗୁଗଲି ପେ ଆପ୍ ଯୋଗେ ସ୍ତ୍ରୀଙ୍କ ମୋବାଇଲ ନମ୍ବରରେ ୧୬୯ ଟଙ୍କା ରିଚାର୍ଜ କରିଥିଲେ। ରିଚାର୍ଜ ସଫଳ ନ ହେବାରୁ କଷ୍ଟମର କେୟାରକୁ ଫୋନ କରିଥିଲେ। ଫୋନ ଉଠାଇଥିବା ବ୍ୟକ୍ତିଜଣକ କୌଶଳକ୍ରମେ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ନମ୍ବର ଓ ପାସୱାର୍ଡ ଏଟିଏମ କାର୍ଡ ନମ୍ବର ସଂଗ୍ରହ କରି ନେଇଥିଲେ। ପରେ ୩ଟି ପର୍ଯ୍ୟାୟରେ ତାଙ୍କ ବ୍ୟାଙ୍କ ଖାତାରୁ ସମୁଦାୟ ୩୯ ହଜାର ଟଙ୍କା ଅନଲାଇନ ବ୍ୟାଙ୍କିଂ ମାଧ୍ୟମରେ ଉଠାଣ କରାଯାଇଛି। ସାମରିକ ବାହିନୀ କର୍ମଚାରୀଙ୍କ ସ୍ତ୍ରୀ ଦିଗପହଣ୍ଡି ଥାନାରେ ଶୁକ୍ରବାର ଏତଲା ଦେଇଥିଲେ। ନଂ. ୧୩୧/୧୯ରେ ମାମଲା ରୁଜୁ କରି ଆଇଆଇସି ଗୌରାଙ୍ଗ ଚରଣ ସାହୁ ତଦନ୍ତ ଚଳାଇଛନ୍ତି।
ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ
ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…
ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…
ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…
ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….
ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…
ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ
ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…
ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…
ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…
ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…
ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍ଘାଟିତ…
ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ
ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…
ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…
ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…
Archives

