ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଟିକିରି, ୨୯।୪(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା କାଶୀପୁର ବ୍ଲକ ବାଙ୍କମ୍ବା ପଞ୍ଚାୟତ ମାଙ୍କଡଝୋଲା ଗ୍ରାମସ୍ଥିତ ଏକ ଆମ୍ବ ଗଛରୁ ଟିକିରି ପୋଲିସ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ଉକ୍ତ ଗାଁର ଅଲି ମାତଗୁଲଙ୍କ ସ୍ତ୍ରୀ କମଳା(୩୬)। ପ୍ରକାଶ ଯେ, ଅଲି କୌଣସି କାମରେ ଘରୁ ବାହରକୁ ଯାଇଥିବା ବେଳେ କମଳା ତାଙ୍କ ବାରିପଟେ ଥିବା ଆମ୍ବ ଗଛରେ ଦଉଡି ଦେଇଥିଲେ। ଗ୍ରାମବାସୀ ଅପରାହ୍ନରେ କମଳାଙ୍କ ଝୁଲନ୍ତା ମୃତଦେହ ଦେଖି ଅଲି ଓ ଟିକିରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପୋଲିସ ଘଟଣାସ୍ଥଳରୁ ଏକ ମୋବାଇଲ ଜବତ କରିଛି। ପାରିବାରିକ ଅଶାନ୍ତି ଯୋଗୁ  କମଳା ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri