ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ ଶେରଗଡ ପୋଲିସ ପହଞ୍ଚତ୍ଥିଲା। ଭାରତୀଙ୍କ ବାପା ପାଟପୁର ବ୍ଲକ ଅନ୍ତର୍ଗତ ନରସିଂହଗଡର ପ୍ରଫୁଲ ବେହେରା ପହଞ୍ଚତ୍ ଝିଅଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ମାରି ଟାଙ୍ଗି ଦେଇଥିବା ପୋଲିସକୁ କହିଥିଲେ। ନଂ.୧୧୮/୨୦୧୯ ପ୍ରକାରେ ମାମଲା ରୁଜୁ କରି ମାଜିଷ୍ଟ୍ରେଟ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛି। ଭାରତୀଙ୍କ ଶାଶୁ ଓ ଶ୍ୱଶୁରଙ୍କୁ ପୋଲିସ ଅଟକ ରଖି ପଚରା ଉଚୁରା ଚଳାଇଛି। ମାତ୍ର ଶାଶୁଘର ଲୋକେ ଝିଅ ଆତ୍ମହତ୍ୟା କରିଥିବା କହିଛନ୍ତି।
ପ୍ରକାଶ ଯେ, ନରସିଂହଗଡର ପ୍ରଫୁଲଙ୍କ ଝିଅ ଭାରତୀ ସହ ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଉମାକାନ୍ତଙ୍କର ୨୦୧୭ରେ ବିବାହ ହୋଇଥିଲା। ଉମାକାନ୍ତ ଭୁବନେଶ୍ୱରରେ ରହି କାମ କରନ୍ତି। ବିବାହର କିଛିଦିନ ପରେ ଶାଶୁଘର ଲୋକେ ଯୌତୁକ ଦାବିରେ ନିର୍ଯାତନା ଦେଇଥିଲେ। ଭାରତୀ ବାପ ଘରକୁ ଚାଲି ଆସିଥିଲେ। ଏନେଇ ପାଟପୁର ଥାନାରେ ଅଭିଯୋଗ ହୋଇଥିଲା। ଆପୋଷ ଆଲୋଚନା ପରେ ସମାଧାନ ହୋଇ ୩ମାସ ତଳେ ଶାଶୁଘର ଲୋକେ ଭାରତୀଙ୍କୁ ନେଇଥିଲେ। ଶୁକ୍ରବାର ସକାଳେ ଭାରତୀ ଫୋନ୍‌ କରି ପାଟପୁର ଥାନାରୁ ମାମଲା ଉଠାଇ ଦିଅ ନ ହେଲେ ମୋ ଶାଶୁ ମାରଧର କରୁଛନ୍ତି ବୋଲି ଭାଇଙ୍କୁ ଫୋନ କରି ଜଣାଇଥିଲେ। ପରେ ଅପରାହ୍ନ ପ୍ରାୟ ସାଢେ ୨ଟାରେ ଭାରତୀଙ୍କର ମୃତ୍ୟୁ ଘଟିଥିବା ଶାଶୁଘର ଲୋକେ ଜଣାଇଥିଲେ ବୋଲି ତାଙ୍କ ଭାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri