Posted inଜାତୀୟ

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ ସ୍ପଟ୍‌) ଚିହ୍ନଟ ହୋଇଛି। ଏଠାରେ ଆଖିପିଛୁଳାକେ ଅପରାଧ ଘଟିଥାଏ। ଅନ୍ଧାର ଥିବାରୁ ଅପରାଧୀ ସହଜରେ ଖସି ଯାଉଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏସବୁ ଅଞ୍ଚଳରେ ଅଧିକାଂଶ ସମୟରେ ମହିଳା ଛିନ୍‌ତାଇ, ଅପହରଣ, ଅଶାଳୀନ ବ୍ୟବହାର, ବଳାତ୍କାର ଆଦି ଘଟଣାର ଶିକାର ହୋଇଥାନ୍ତି। ଏସବୁ ଅଞ୍ଚଳରେ ସିସିଟିଭି କ୍ୟାମେରା ଥିଲେ ମଧ୍ୟ ଅନ୍ଧାରରେ ଏହା ଉପଯୁକ୍ତ ଭାବେ କାର୍ଯ୍ୟ କରିପାରୁ ନ ଥିବା କୁହାଯାଉଛି। ୨୦୧୮ରେ ଏସବୁ ଅଞ୍ଚଳରେ ୬୯୩୨ ଛିନ୍‌ତାଇ ଘଟଣା ଘଟିଥିଲା। ସେହିପରି ୨୧୩୫ ବଳାତ୍କାର ଘଟଣା ଏସବୁଠାରେ ଘଟିଥିବାବେଳେ ୩୩୧୪ ଅଶାଳୀନ ବ୍ୟବହାର ମାମଲା ଦାଏରା କରାଯାଇଥିବା ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି। ୨୦୧୨ଠାରୁ ୨୦୧୮ ମଧ୍ୟରେ ଗତ ୬ବର୍ଷରେ ମହିଳାଙ୍କ ଉପରେ ହେଉଥିବା ଏଭଳି ଅପରାଧ ବହୁଗୁଣା ବଢ଼ିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri