Posted inଜାତୀୟ

ମହିଳାଙ୍କ ପ୍ରଜନନ ଅଧିକାର ସୁରକ୍ଷା ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୦ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ବୁଧବାର ‘ଆସିଷ୍ଟେଡ୍‌ ରିପ୍ରଡକ୍ଟିଭ୍‌ ଟେକ୍ନୋଲୋଜି ରେଗୁଲେଶନ୍‌ ବିଲ୍‌ ୨୦୨୦’କୁ ମଞ୍ଜୁରୀ ଦେଇଛି। ମହିଳାଙ୍କ ପ୍ରଜନନ ଅଧିକାରକୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଏହି ବିଧେୟକକୁ ଏକ ଐତିହାସିକ ବିଲ୍‌ ଭାବେ ଅଭିହିତ କରିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ଏହି ବିଲ୍‌ ଦେଶର ମହିଳାମାନଙ୍କ ମଙ୍ଗଳ ପାଇଁ ଉଦ୍ଦିଷ୍ଟ। ଏକ ଜାତୀୟ ରେଜିଷ୍ଟ୍ରି (ପଞ୍ଜୀକରଣ କାର୍ଯ୍ୟାଳୟ) ପ୍ରତିଷ୍ଠା ପାଇଁ ଆଇନ ଆଣିବା ଲାଗି ଏଥିରେ ପ୍ରସ୍ତାବ ରହିଛି। ଆଇନଗତ ଚିଠା ପ୍ରସ୍ତୁତିରେ ସାହାଯ୍ୟ କରିବା ଲାଗି ଏକ ଜାତୀୟ ବୋର୍ଡ ଓ ରାଜ୍ୟ ବୋର୍ଡ ଗଠନ ହେବ। ସେହିପରି କ୍ଲିନିକ୍‌ ଓ ବ୍ୟାଙ୍କଗୁଡ଼ିକୁ ନେଇ ଏକ କେନ୍ଦ୍ରୀୟ ଡାଟାବେସ୍‌ ମଧ୍ୟ ପ୍ରସ୍ତୁତ କରାଯିବ। ଭ୍ରୂଣ ବିକ୍ରି ଓ ଚାଲାଣରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଜରିମାନା କରାଯିବ। ଆବଶ୍ୟକ ସ୍ଥଳେ ଅଭିଯୁକ୍ତଙ୍କୁ ଜେଲ୍‌ଦଣ୍ଡ ଦିଆଯିବାର ବ୍ୟବସ୍ଥା ମଧ୍ୟ ପ୍ରସ୍ତାବିତ ଆଇନରେ ରହିଛି। ମାର୍ଚ୍ଚ ୨ରୁ ଏପ୍ରିଲ ୩ ମଧ୍ୟରେ ଚାଲିବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନରେ ଏହି ବିଲ୍‌ ପାର୍ଲାମେଣ୍ଟରେ ଆଗତ ହେବ ବୋଲି ଇରାନୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri