ମହିଳାଙ୍କ ବେକ କାଟିଦେଲେ ଦୁର୍ବୃତ୍ତ : ଭୟଭୀତ ଅବସ୍ଥାରେ ସହରବାସୀ

କଟକ ଅଫିସ,୨୯।୭: କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ ପୋଲିସ। ଏପରିସ୍ଥଳେ ରବିବାର ରାତିରେ କଟକରେ ପୁଣି ଜଣେ ମହିଳା ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ହତ୍ୟାକାଣ୍ଡ ଭଳି ମହିଳାଙ୍କ ବେକକୁ କାଟି ଦିଆଯାଇଛି। ସେ ହେଲେ ମାଲଗୋଦାମ ଥାନା ଅନ୍ତର୍ଗତ ମହ୍ଲାସାହି ଅଞ୍ଚଳରେ ରହୁଥିବା ସନ୍ଧ୍ୟା ତରାଇ(୨୮)। ରାତି ପ୍ରାୟ ୧୧ ଟାରେ ସନ୍ଧ୍ୟାଙ୍କ ଘରେ ପଶି କେହି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଫଳରେ ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ କଟକ ସହରରେ ଆତଙ୍କ ଖେଳିଯାଇଛି। ସହରବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି।
ସନ୍ଧ୍ୟାଙ୍କ କହିବା ଅନୁଯାୟୀ, ସେ ଘରେ ଥିବାବେଳେ କେହି ଜଣେ ବ୍ୟକ୍ତି ତାଙ୍କୁ ଡାକିଥିଲେ। କିଏ ବୋଲି ପଚାରିବାରୁ କିଛି ଉତ୍ତର ମିଳି ନ ଥିଲା। ଫଳରେ ସନ୍ଧ୍ୟା ଝରକା ପାଖକୁ ଦେଖିବାକୁ ଯାଇଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନି ପାରି ନ ଥିଲେ। ଏହି ସମୟରେ ବ୍ୟକ୍ତି ଜଣଙ୍କ ଝରକାରେ ହାତ ଗଳାଇ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ବେକକୁ କାଟି ଦେଇଥିଲେ। ମହିଳା ଜଣକ ଚିତ୍କାର କରିବାରୁ ଆଖପାଖରେ ଥିବା ଲୋକମାନେ ଆକ୍ରମଣକାରୀଙ୍କୁ କାବୁ କରିବାକୁ ଉଦ୍ୟମ କରିଥିଲେ। ମାତ୍ର ଆକ୍ରମଣକାରୀ ଖସି ପଳାଇଥିଲେ। ଖବରପାଇ ମାଲଗୋଦାମ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଅଞ୍ଚଳରେ ଖୋଜାଖୋଜି କରିଥିଲେ ମଧ୍ୟ ଆକ୍ରମଣକାରୀଙ୍କୁ ପାଇ ନ ଥିଲେ। ଏ ନେଇ ସନ୍ଧ୍ୟା ମାଲଗୋଦାମ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଆକ୍ରମଣକାରୀ କିଏ, ପୂର୍ବ ହତ୍ୟାକାଣ୍ଡ ସହ ତାଙ୍କର ସମ୍ପୃକ୍ତି ଅଛି କି ନାହିଁ, କି ସେ ଲୁଟ୍‌ ଉଦ୍ଦେଶ୍ୟରେ ଆକ୍ରମଣ କରିଥିଲେ ଏଭଳି କେତେକ ଦିଗ ଉପରେ ପୋଲିସ ତଦନ୍ତ ଜାରି ରଖିଛି। ଏହି ଆକ୍ରମଣ ପରେ ସହରରେ ପାଟ୍ରୋଲିଂ ବ୍ୟବସ୍ଥା ଆହୁରି କଡାକଡି କରାଯାଇଛି। ପ୍ରତି ଛକରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri