ମହିଳାଙ୍କ ମଦ ବିରୋଧୀ ଶୋଭାଯାତ୍ରା

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ମୁଣ୍ଡାଠାକୁରା ଗ୍ରାମ ଶକ୍ତିମୟୀ ମହିଳା ସଂଗଠନ ପକ୍ଷରୁ ମଙ୍ଗଳବାର ମଦ ବିରୋଧୀ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାନେତ୍ରୀ ଗାୟତ୍ରୀ ମହାନ୍ତ ଏବଂ ସମ୍ପାଦିକା ବାସନ୍ତୀ ମହାକୁଡଙ୍କ ନେତୃତ୍ୱରେ ୨ଶହରୁ ଊର୍ଦ୍ଧ୍ୱ ମହିଳା ମୁଣ୍ଡାଠାକୁରା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ଶୋଭାଯାତ୍ରାରେ ବାହାରି ବନ୍ତଳୀ ଛକ ପର୍ଯ୍ୟନ୍ତ ଯାଇଥିଲେ। ମୁଣ୍ଡାଠାକୁରା ଓ ବନ୍ତଳୀ ଛକ ରାସ୍ତା ପାର୍ଶ୍ୱରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ କରିବାକୁ ସେମାନେ ଦାବି କରିଥିଲେ। ଆଗାମୀ ୧୫ ଦିନ ମଧ୍ୟରେ ଏହି ମଦ ଦୋକାନ ବନ୍ଦ କରା ନ ଗଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ବିକ୍ଷୋଭକାରୀ ମହିଳାମାନେ ଚେତାବନୀ ଦେଇଛନ୍ତି। ସଂଗଠନ ପକ୍ଷରୁ ରାଇରଙ୍ଗପୁର ଅବକାରୀ ଇନ୍ସପେକ୍ଟରଙ୍କୁ ଏଥିନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri