Posted inଜାତୀୟ

ମହିଳାଙ୍କ ମସ୍‌ଜିଦ ପ୍ରବେଶ ଉପରେ କଟକଣା ନାହିଁ

ନୂଆଦିଲ୍ଲୀ,୩୦ା୧: ମସ୍‌ଜିଦରେ ମହିଳାଙ୍କ ପ୍ରବେଶ ଓ ନମାଜ ପାଠ ଉପରେ ଇସ୍‌ଲାମ ଧର୍ମରେ କୌଣସି କଟକଣା ଲଗାଯାଇନାହିଁ। ଅଲ୍‌ ଇଣ୍ଡିଆ ମୁସ୍‌ଲିମ ପର୍ସୋନାଲ ଲ’ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ମସ୍‌ଜିଦରେ ମହିଳାଙ୍କ ପ୍ରବେଶକୁ ସମର୍ଥନ କରେ ବୋଲି ସୁପ୍ରିମକୋର୍ଟଙ୍କୁ ଜଣାଇଛି। ତେବେ ଶୁକ୍ରବାର ସମୂହ ନମାଜପାଠରେ ମହିଳାଙ୍କ ଅଂଶଗ୍ରହଣକୁ ଇସ୍‌ଲାମ ଅନୁମତି ଦେଇନାହିଁ। ମସ୍‌ଜିଦରେ ଏଆଇଏମ୍‌ପିଏଲ୍‌ବି କୌଣସି ନିୟମ ଲାଗୁ କରିପାରିବ ନାହିଁ ବୋଲି କହିଛି। ସମ୍ବିଧାନ ସମସ୍ତଙ୍କୁ ସମାନ ଅଧିକାର ଦେଇଛି। ତେଣୁ ମହିଳାମାନଙ୍କୁ ମସ୍‌ଜିଦରେ ପ୍ରବେଶ ଓ ନମାଜ ପାଠ ପାଇଁ ପୁରୁଷଙ୍କ ଭଳି ସମାନ ଅଧିକାର ମିଳିବା ଦାବିରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ପୁଣେର ଦମ୍ପତି ୟଶ୍‌ମିନ୍‌ ଜୁବେର ପୀର୍‌ଜାଦେ ଓ ଜୁବେର ଅହମଦ ପୀର୍‌ଜାଦେ ଏହି ପିଆଇଏଲ୍‌ ଦାଏର କରିଥିଲେ। ଇସ୍‌ଲାମର ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ମହିଳାଙ୍କୁ ମସ୍‌ଜିଦ ପ୍ରବେଶ ଅନୁମତି ଦେଇଥିଲେ ହେଁ ସେମାନଙ୍କୁ ଅଲଗା ସ୍ଥାନରେ ନମାଜ ପଢ଼ିବାକୁ କୁହାଯାଇଥାଏ। ତେବେ ସୁନ୍ନି ସମ୍ପ୍ରଦାୟ ମହିଳାମାନଙ୍କୁ ମସ୍‌ଜିଦ ପ୍ରବେଶ ଲାଗି ଅନୁମତି ଦେଇ ନ ଥାଏ। ଗତବର୍ଷ ଏପ୍ରିଲରେ ସାବରିମାଲା ମାମଲାରେ ଏସ୍‌.ଏ. ବୋବ୍‌ଡେଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ କହିଥିଲେ, ଉପାସନା କ୍ଷେତ୍ରରେ ଲିଙ୍ଗଗତ ଭେଦଭାବ ରହିପାରିବ ନାହିଁ। ଏହି ପିଟିଶନ ଉପରେ ପକ୍ଷ ରଖିବାକୁ ଅଦାଲତ ଏଆଇଏମ୍‌ପିଏଲ୍‌ବି, କେନ୍ଦ୍ରୀୟ ଓ୍ବାକଫ୍‌ ବୋର୍ଡ ଏବଂ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri