Posted inରାଜ୍ୟ

ମହିଳାଙ୍କ ମୂତ୍ରନଳୀ କାଟିଦେବା ଘଟଣା : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଉଥିବା ସମୟରେ ଡାକ୍ତର ମହିଳାଙ୍କ ମୂତ୍ରନଳୀ କାଟି ଦେଇଥିଲେ। ଏହି ଘଟଣାରେ ମହିଳାଙ୍କ ପରିବାର ସଦସ୍ୟ ବୁଧବାର ଜିଲାପାଳଙ୍କୁ ଭେଟିଛନ୍ତି। ଉନ୍ନତମାନର ଚିକିତ୍ସା ପାଇଁ ମହିଳାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରିବା ଲାଗି ପରିବାର ଲୋକେ ଦାବି କରିଛନ୍ତି। ଅନ୍ୟପକ୍ଷେ ମଙ୍ଗଳବାର ରାତିରେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର କରିଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା ଭିଡିଓ ସୋସିଆଲ୍‌ ମଡିଆରେ ଭାଇରାଲ ହୋଇଛି। ଡାକ୍ତରଙ୍କୁ ଏହିଭଳି ଦୁର୍ବ୍ୟବହାର କରିବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଉଛି।
ଯେ, ଦଶପଲ୍ଲା ଏନ୍‌ଏସି ଅନ୍ତର୍ଗତ ଖଣ୍ଡପଡ଼ା ଗ୍ରାମର ରାମଚନ୍ଦ୍ର ବରାଡ଼ଙ୍କ ସ୍ତ୍ରୀ କାଳିଆ ବରାଡ଼ ସୋମବାର ପୂର୍ବାହ୍ନ ୧୦ଟାରେ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଦଶପଲ୍ଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯାଇଥିଲେ। ମଧ୍ୟାହ୍ନ ୧୨ଟାରେ ଡାକ୍ତର କାଳିଆଙ୍କ ଅସ୍ତ୍ରୋପଚାର କରାଇଥିଲେ। ତେବେ ତାଙ୍କର ଶିରା ଖୋଜି ନ ପାଇବାରୁ ଡାକ୍ତର ମହିଳାଙ୍କ ମୂତ୍ରନଳୀ କାଟି ଦେଇଥିବା ନେଇ ପରିବାର ଲୋକଙ୍କ ଆଗରେ ପ୍ରକାଶ କରିଥିଲେ। ମୂତ୍ରନଳୀ କଟିଯିବା ଫଳରେ କାଳିଆଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁଁ ଏହିଭଳି ତ୍ରୁଟି ହୋଇଥିବା ଅଭିଯୋଗ କରିବା ସହ ମହିଳାଙ୍କ ଉନ୍ନତମାନର ଚିକିତ୍ସା ଦାବି କରି ପରିବାର ଲୋକ ମଙ୍ଗଳବାର ଦଶପଲ୍ଲା ଥାନା ଆଗରେ ରାସ୍ତାରୋକୋ କରିଥିଲେ। ରାତ୍ର ୧୨ଟାରେ ରାସ୍ତାରୋକୋ ହଟିଥିଲା। ସେହଭିଳି ଚିକିତ୍ସା ପାଇଁ ମହିଳା ଜଣଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ବର୍ତ୍ତମାନ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ମହିଳାଙ୍କ ସ୍ବାମୀ ରାମଚନ୍ଦ୍ର ବରାଡ଼, ବଡ଼ ନଣନ୍ଦ ରୀତା ପ୍ରଧାନ, ସାନ ନଣନ୍ଦ ଗୀତା ପାଳ, ଭଉଣୀ ଯମୁନା ପାଳ ଜିଲାପାଳଙ୍କୁ ଭେଟିଥିଲେ। କାଳିଆଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିବର୍ତ୍ତେ କଟକ ବଡ଼ ମେଡ଼ିକାଲ୍‌ରେ ଚିକିତ୍ସା କରାଇବା ପାଇଁ ସେମାନେ ଦାବି କରିଥିଲେ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ( ସିଡ଼ିଏମ୍‌ଓ) ଡା. ଶ୍ୱେତ ମହାପାତ୍ରଙ୍କୁ ପଚାରିବାରୁ ସେ କୁହନ୍ତି, ମହିଳା ଜଣଙ୍କ ବର୍ତ୍ତମାନ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। କିଛିଦିନ ପରେ ସେ ସୁସ୍ଥ ହୋଇଯିବେ। ଯଦି ପରିବାର ଲୋକ ଜିଦ୍‌ ଧରି ବସିବେ, ତାହା ହେଲେ ସେମାନଙ୍କୁ କଟକ ବଡ଼ ମେଡ଼ିକାଲ୍‌କୁ ସ୍ଥାନାନ୍ତର କରାଯିବ ବୋଲି ସିଡିଏମ୍‌ଓ ଡା. ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri