ମହିଳାଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଜୁଣପଦା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଶୁକ ନାଏକ(୫୨)। ପ୍ରକାଶ ଯେ, ଶୁକ ଗୁରୁବାର ରାତିରେ ଖାଇସାରି ଶୋଇଥିଲା । ସକାଳୁ ଉଠିବାରେ ବିଳମ୍ବ ହେବାରୁ ପରିବାର ଲୋକେ କବାଟ ଖୋଲି ଦେଖିବା ପରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚିି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଫିସର କହିଛନ୍ତି ।