ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ ଜବତ କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ। ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୬/୧୯)ରୁଜୁ କରାଯାଇ ତଦନ୍ତ ଚାଲିଥିବା ତଦନ୍ତକାରୀ ଅଧିକାରୀ ସବଇନ୍ସପେକ୍ଟର ଅନିଲ କୁମାର ଦେବତା କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପ୍ରିୟତମାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ଲାଗି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ମଧ୍ୟ ପ୍ରିୟତମାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏ ନେଇ ଡାକ୍ତର ଥାନାକୁ ଫୋନ କରୁଥିବା ଜାଣିପାରି ପ୍ରିୟତମାଙ୍କୁ ଡାକ୍ତରଖାନା ନେଇଥିବା ବ୍ୟକ୍ତି ଜଣକ ସେଠାରୁ ଫେରାର ହୋଇଯାଇଥିଲେ। ଏହାକୁ ନେଇ ପୋଲିସର ସନ୍ଦେହ ବଢ଼ିଥିଲା। ଦାରିଙ୍ଗବାଡ଼ି ପୋଲିସ ବାଲିଗୁଡ଼ାରେ ପହଞ୍ଚି ତଦନ୍ତ କରିଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ପ୍ରିୟତମାଙ୍କ ସ୍ବାମୀ ହୋଇଥାଇପାରନ୍ତି ବୋଲି ସନ୍ଦେହ କରି ବାପଘର ଲୋକଙ୍କୁ ଡକାଇ ଘଟଣାର ତଦନ୍ତ କରାଯାଉଥିବା ସବଇନ୍ସିପେକ୍ଟର ଦେବତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri