ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଥିଲେ। ଏନେଇ ଦଫା ୩୦୨, ୩୦୪(ବି), ୪୯୮, ୩୪ ଆଇପିସିରେ ମାମଲା(ନଂ. ୫୭/୨୦) ରୁଜୁ ହୋଇଛି। ମଙ୍ଗଳବାର ଭଦ୍ରକର ସାଇଣ୍ଟିଫିକ ଟିମ୍‌ ସହ ନାୟକାଣିଡିହୀ ପୋଲିସ ଏସ୍‌ଆଇ ନିରୋଦ କୁମାର ମଲ୍ଲିକ, ଅତିରିକ୍ତ ତହସିଲଦାର ବିଶ୍ୱନାଥ ବିଶ୍ୱାଳ ପହଞ୍ଚତ୍ ତଦନ୍ତ ଆରମ୍ଭ ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛନ୍ତି।
ନରେନ୍ଦ୍ରଙ୍କ ଅଭିଯୋଗ ଅନୁଯାୟୀ, ୪ବର୍ଷ ପୂର୍ବେ ତାଙ୍କ ଝିଅ ଦ୍ରୌପଦୀଙ୍କୁ ନରହରି ପରିଡ଼ାଙ୍କ ପୁଅ ରାଜେନ୍ଦ୍ରଙ୍କୁ ବୈଦିକ ରୀତିରେ ବିବାହ ଦେଇଥିଲେ। ବିବାହ ପରଠାରୁ ତାଙ୍କର ଶ୍ୱଶୁର, ନଣନ୍ଦ ଓ ଶାଶୁ ମିଶି ଅଧିକ ଯୌତୁକ ଆଣିବା ପାଇଁ ଦାବି କରି ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ସୋମବାର ସନ୍ଧ୍ୟାରେ ତାଙ୍କ ପରିବାର ଲୋକ ଦ୍ରୌପଦୀଙ୍କ ଦେହ ଅସୁସ୍ଥ ଖବର ପାଇ ପହଞ୍ଚତ୍ଥିଲେ । ସେଠାରେ ତାଙ୍କ ଝିଅ କ୍ଷତାକ୍ତ ଅବସ୍ଥାରେ ମରି ପଡିଥିବା ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri