ମହିଳାଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜାରିହେଲା ଆଡ୍‌ଭାଇଜରି: ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦କୁ ଫୋନ୍‌ କରି ପୋଲିସକୁ ଜଣାନ୍ତୁ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ କରି ଗଣବଳାତ୍କାର ପରେ ହତ୍ୟା ଘଟଣା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏଭଳି ସ୍ପର୍ଶକାତର ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ ସତର୍କ କରାଯାଇଛି। ଏହି ପରିପ୍ରେକ୍ଷୀରେ କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଯୁବତୀଙ୍କ ସୁରକ୍ଷିତ ଯାତ୍ରା ପାଇଁ ଆଡଭାଇଜରି ଜାରି କରାଯାଇଛି। ଜଣେ ଯୁବତୀ କିମ୍ବା ମହିଳା ରାତିରେ ଘରକୁ ଫେରୁଥିଲେ କ’ଣ କରିବେ ଓ ପରିସ୍ଥିତିକୁ କିପରି ସାମ୍ନା କରିବେ ସେ ସମ୍ପର୍କରେ ପୋଲିସ କେତେକ ପରାମର୍ଶ ଦେଇଛି। କୌଣସି ଅଜଣା ବ୍ୟକ୍ତିଙ୍କ କଥାରେ ବିଶ୍ୱାସ କରନ୍ତୁ ନାହିଁ। ସେମାନେ ବାରମ୍ବାର ଚେଷ୍ଟା କରୁଥିଲେ ବି କୌଣସି ପରିସ୍ଥିତିରେ ମଧ୍ୟ କଥା ହୁଅନ୍ତୁ ନାହିଁ। ଯଦି କୌଣସି ସମସ୍ୟାରେ ପଡୁଛନ୍ତି, ତେବେ ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦କୁ ଫୋନ୍‌ କରି ପୋଲିସକୁ ଜଣାନ୍ତୁ। ପିସିଆର ଭ୍ୟାନ୍‌ ଆସିବା ପୂର୍ବରୁ ଲୋକ ଗହଳି ଥିବା ସପିଂ ମଲ୍‌, ପେଟ୍ରୋଲ ପମ୍ପ କିମ୍ବା ଅନ୍ୟ ସ୍ଥାନକୁ ପଳାନ୍ତୁ। ଏପରି କି ବିଳମ୍ବିତ ରାତିରେ ଯୁବତୀମାନେ ଯାତାୟାତ କରିବାକୁ କମିଶନରେଟ ପୋଲିସ ପକ୍ଷରୁ ଏହି ଆଡ୍‌ଭାଇଜରି ମାଧ୍ୟମରେ ବାରଣ କରାଯାଇଛି। ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱରରେ ପାଟ୍ରୋଲିଂ କଡାକଡା କରାଯାଇଛି। ବିଳମ୍ବିତ ରାତିରେ ବୁଲୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖାଯାଇଛି। ସେମାନଙ୍କ ଗତିବିଧି ଉପରେ ସନ୍ଦେହ ହେଲେ ତୁରନ୍ତ ଥାନାକୁ ନେଇ ପଚରାଉଚରା ସହ ଆବଶ୍ୟକ କାଗଜପତ୍ର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri