ମହିଳା ଏସ୍‌ଏଚ୍‌ଜି ସଂଗ୍ରହ କଲେ ୨ ଲକ୍ଷ ୩୨ ହଜାର କୁଇଣ୍ଟାଲ ଧାନ

ଭବାନୀପାଟଣା,୨୮।୬(ଡି.ଏନ୍‌.ଏ.): ଚଳିତ ରବି ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟାରେ ମହିଳା ଏସ୍‌ଏଚ୍‌ଜିଗୁଡ଼ିକୁ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏ ନେଇ କଳାହାଣ୍ଡି ଜିଲାରେ ମହିଳା ଏସ୍‌ଏଚ୍‌ଜଙ୍କୁ ପରୀକ୍ଷା ମୂଳକ ଭାବେ କେତୋଟି ମଣ୍ଡିରୁ ଧାନ ସଂଗ୍ରହ କରିବା ପାଇଁ ଦାୟିତ୍ୱ ଦିଆଯାଇଥିଲା ।  ଜିଲାରେ ଚଳିତ ରବି ଋତୁରେ ପ୍ରାଥମିକ କୃଷି ସେବା ସମବାୟ ସମିତି ଜରିଆରେ ଧାନ ସଂଗ୍ରହ ପାଇଁ ୮୯ ଗୋଟି ମଣ୍ଡି ଖୋଲା ଯାଇଥିଲା । ତେବେ ଜିଲାର ୧୦ ବ୍ଲକର ୧୭ ମଣ୍ଡିରେ ଆଂଶିକ ପରିମାଣରେ ଚାଷୀଙ୍କଠାରୁ ଧାନ କିଣିବା ପାଇଁ ମହିଳା ଏସ୍‌ଏଚ୍‌ଜିଙ୍କୁ ଟ୍ୟାଗ୍‌ କରାଯାଇଥିଲା । ତେବେ ମହିଳା ଏସ୍‌ଏଚ୍‌ଜି ଏହି ଧାନ ସଂଗ୍ରହ ପ୍ରକ୍ରିୟାରେ ଗତ ୨୬ ତାରିଖ ସୁଦ୍ଧା ୨ ଲକ୍ଷ ୩୨ ହଜାର ୪୫୫ କୁଇଣ୍ଟାଲ ଧାନ ସଂଗ୍ରହ କରିସାରିଛନ୍ତି। ଏହି ୧୭ଟି ମହିଳା ଏସ୍‌ଏଚ୍‌ଜିକୁ ଚଳିତ ରବି ଋତୁରେ ବିଭିନ୍ନ ମଣ୍ଡିରୁ ୨ ଲକ୍ଷ ୫୧ ହଜାର ୮୬୯ କୁଇଣ୍ଟାଲ ଧାନ ସଂଗ୍ରହ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...

ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri