ମହିଳା କଲେଜର ବାର୍ଷିକ ଉତ୍ସବ

ଦେବଗଡ଼,୮।୨(ଡି.ଏନ.ଏ)-ଦେବଗଡସ୍ଥିତ କନିଷ୍ଠ ମହିଳା ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ା ଅନୁଷ୍ଠାନର ଅଧ୍ୟକ୍ଷ ପ୍ରହଲ୍ଲାଦ ଦେବଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ପଳସମା କଲେଜର ଅଧ୍ୟକ୍ଷ ଦିବ୍ୟ ସୁନ୍ଦର ଗଡନାୟକ ଯୋଗଦେଇ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ା ଓଡିଆ ଅଧ୍ୟାପକ ଚିତ୍ତରଞ୍ଜନ ଦାସ ପ୍ରାରମ୍ଭିକ ସୂଚନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ା ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ରାଜନୀତି ବିଜ୍ଞାନ ଅଧ୍ୟାପକ ଅରୁଣ କୁମାର ବିଶ୍ୱାଳ ଓ କ୍ରୀଡା ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ ସହଯୋଗ କରିଥିଲେ ା ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ା କାର୍ଯ୍ୟକ୍ରମ ଆୟୋଜନରେ ଅଧ୍ୟାପକ ଦେବେନ୍ଦ୍ର ନାଥ ତ୍ରିପାଠୀ, ରୀତାଞ୍ଜଳୀ ସାଏ, କର୍ମଚାରୀ ରମେଶ ଚନ୍ଦ୍ର ଖୁଣ୍ଟିଆ, ଶାରଦା ସାହୁ,ଭଗବାନ ଗଡନାୟକ,ବିପିନ ବିହାରୀ ମହାପାତ୍ର ଓ ଜ୍ୟୋତ୍ସ୍ନାମୟୀ ଜେନା ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ ା ଶେଷରେ ଅଧ୍ୟାପିକା ଲତିକା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri