Posted inଖେଳ

ମହିଳା କ୍ରିକେଟ୍‌: ପ୍ରଥମ ଦିନିକିଆରେ ଭାରତ ବିଜୟୀ

ଭଦୋଦରା, ୧୦।୧୦ (ପି.ଟି.)- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌କୁ ଭାରତ ୮ ଉଇକେଟ୍‌ରେ ଜିତିନେଇଛି। ଏହି ବିଜୟ ସହ ଘରୋଇ ଭାରତ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ସିରିଜର ୨ୟ ମ୍ୟାଚ୍‌ ଶୁକ୍ରବାର ଏଠାରେ ଖେଳାଯିବ। ପୂର୍ବରୁ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ଟି୨୦ ସିରିଜକୁ ଭାରତ ୩-୧ରେ ଜିତିଥିଲା।
ସ୍ଥାନୀୟ ରିଲାଏନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ମହିଳା ଦଳ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦକ୍ଷିଣ ଆଫ୍ରିକା ୪୫.୧ ଓଭରରେ ୧୬୪ ରନରେ ସୀମିତ ରହିଥିଲା। ଦଳ ପକ୍ଷରୁ ମାରିଜନେ କାପ୍ପା (୫୪) ଓ ଲାଉରା ଭର୍ଡଟ୍‌ (୩୯)ଙ୍କୁ ଛାଡ଼ିଦେଲେ ଅନ୍ୟକୌଣସି ଖେଳାଳି ଉଲ୍ଲେଖନୀୟ ବ୍ୟାଟିଂ କରିପାରି ନ ଥିଲେ। ଘରୋଇ ଭାରତ ପକ୍ଷରୁ ଝୁଲଣ ଗୋସ୍ବାମୀ ୩ ଏବଂ ଶିଖା ପାଣ୍ଡେ, ଏକତା ବିସ୍ତ ଓ ପୁନମ ଯାଦବ ୨ଟି ଲେଖାଏ ଉଇକେଟ୍‌ ଅକ୍ତିଆର କରିଥିଲେ। ଜବାବରେ ଭାରତ ଦୁଇ ଓପନର୍‌ ପ୍ରିୟା ପୁନିଆ ଓ ଜେମିମା ରୋଡ୍ରିଗ୍ବେଜଙ୍କ ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ବଳରେ ୪୧.୪ ଓଭରରେ ୨ ଉଇକେଟ୍‌ ହରାଇ ସହଜସାଧ୍ୟ ବିଜୟ ଲାଭ କରିଥିଲା। ପୁନିଆ ୧୨୪ ବଲରୁ ୮ ଚୌକା ସହାୟତାରେ ୭୫ ରନ କରି ଅପରାଜିତ ରହିଥିଲେ। ଅନ୍ୟତମ ଓପନର୍‌ ରୋଡ୍ରିଗ୍ବେଜ ୬୫ ବଲରୁ ୫୫ ରନ କରି ଆଉଟ୍‌ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁନମ ରାଉତ ୧୬ ଓ ଅଧିନାୟିକା ମିଥାଲି ରାଜ ୧୧* ରନ କରିଥିଲେ। ମ୍ୟାଚ୍‌ ବିଜୟୀ ଅପରାଜିତ ଇନିଂସ ଲାଗି ପ୍ରିୟାଙ୍କୁ ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri