Posted inଖେଳ

ମହିଳା କ୍ରିକେଟ୍‌: ଭାରତର ସିରିଜ ସୁଇପ୍‌

ଭଦୋଦରା, ୧୪।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ସୋମବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିନେଇଛି। ଏଥିସହ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜକୁ ଭାରତ ୩-୦ରେ କ୍ଲିନ ସୁଇପ୍‌ କରିନେଇଛି। ପୂର୍ବରୁ ପ୍ରଥମ ଓ ୨ୟ ଦିନିକିଆକୁ ଘରୋଇ ଦଳ ଯଥାକ୍ରମେ ୮ ଉଇକେଟ୍‌ ଓ ୫ ଉଇକେଟ୍‌ରେ ଜିତିଥିଲା। ପୂର୍ବରୁ ଟି୨୦ ସିରିଜକୁ ମଧ୍ୟ ଭାରତ ୩-୧ରେ କବ୍‌ଜା କରିନେଇଥିଲା। ଫଳରେ ଭାରତୀୟ ମହିଳା ଦଳ ସିରିଜ ସୁଇପ୍‌ କରିବାରେ ସଫଳ ହୋଇଛି।
ସ୍ଥାନୀୟ ରିଲାଏନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ୩ୟ ଦିନିକିଆ ମ୍ୟାଚ୍‌ ଲୋ-ସ୍କୋରିଂ ବିଶିଷ୍ଟ ରହିଥିଲା। ଟସ୍‌ ଜିତି ଭାରତୀୟ ଅଧିନାୟିକା ମିଥାଲି ରାଜ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ୫ ରନରେ ମଧ୍ୟରେ ଦୁଇ ଓପନର୍‌ ପ୍ରିୟା ପୁନିଆ (୦) ଓ ଜେମିମା ରୋଡ୍ରିଗ୍ବେଜ (୩)ଙ୍କ ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। ଏହାପରେ ଦଳ ନିୟମିତ ଅନ୍ତରରେ ଉଇକେଟ୍‌ ହରାଇ ୪୫.୫ ଓଭରରେ ୧୪୬ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ହର୍‌ମନପ୍ରୀତ୍‌ କୌର (୩୮) ଓ ଶିଖା ପାଣ୍ଡେ (୩୫)ଙ୍କୁ ଛାଡ଼ିଦେଲେ ଅନ୍ୟକୌଣସି ବ୍ୟାଟ୍ସଓମେନ ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ। ପୁନମ ରାଉତ (୧୫), ମିଥାଲି (୧୧), ଦୀପ୍ତି ଶର୍ମା (୭), ଉଇକେଟ୍‌କିପର ତାନିଆ ଭାଟିଆ (୬) ପ୍ରମୁଖ ବିଫଳ ହୋଇଥିଲେ। ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ପକ୍ଷରୁ ମାରିଜନେ କାପ୍ପ ୩ ଏବଂ ଶାବନିମ ଇସମାଇଲ ଓ ଆୟାବୋଙ୍ଗା ଖାକା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ମଧ୍ୟ ଭାରତ ଭଳି ଅନୁରୂପ ଭାବେ ନିୟମିତ ଅନ୍ତରରେ ଉଇକେଟ୍‌ ହରାଇ ୪୮ ଓଭରରେ ୧୪୦ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ମାରିଜନେ ୨୯, ଅଧିନାୟିକା ସୁନି ଲୁସ ୨୪, ଲୌରା ଓ୍ବଲଭର୍ଡଟ୍‌ ୨୩ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ଏକତା ବିସ୍ତ ୩ ଏବଂ ଦୀପ୍ତି ଶର୍ମା ଓ ରାଜେଶ୍ୱରୀ ଗାଏକ୍ୱାଡ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଏକତା ବିସ୍ତଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଓ ମାରିଜନେଙ୍କୁ ସିରିଜର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।
ସଂକ୍ଷିପ୍ତ ସ୍କୋର:
ଭାରତ- ୧୪୬/୧୦, ୪୫.୫ ଓଭର (ହର୍‌ମନପ୍ରୀତ୍‌ ୩୮, ଶିଖା ୩୫, ମିଥାଲି ୧୧, ମାନସୀ ଜୋଶୀ ୧୨, ମାରିଜନେ ୩/୨୦)।
ଦକ୍ଷିଣ ଆଫ୍ରିକା- ୧୪୦/୧୦, ୪୮ ଓଭର (ମାରିଜନେ ୨୯, ଲୁସ ୨୪, ମିଗନନ୍‌ ଡୁ ପ୍ରିଜ ୧୦, ବିସ୍ତ ୩/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri