ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା(ନଂ.୧୧୩/୧୯) ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି। ଶନିବାର ପୋଲିସ ଅନୁଭବଙ୍କ ଘର ପାଖ ପଡୋଶୀଙ୍କୁ ପଚରାଉଚରା କରିଛି। ହେଲେ ଅନୁଭବଙ୍କ ପାଖରେ ସିସିଟିଭି ଫୁଟେଜ୍‌ ନାହିଁ। ତାଙ୍କ ଘରେ ଲାଗିଥିବା ସିସିଟିଭି ଖରାପ ହୋଇଯାଇଛି ବୋଲି ପୁରୀଘାଟ ଥାନା ଅଧିକାରୀ ରଶ୍ମିରଞ୍ଜନ ସାହୁ କହିଛନ୍ତି। ଶନିବାର ପୋଲିସ ସିସିଟିଭି ଯାଞ୍ଚ ପାଇଁ ଅନୁଭବଙ୍କ ଘରକୁ ଯାଇଥିବା ବେଳେ ତାଙ୍କର ସିସିଟିଭି ଖରାପ ହୋଇଯାଇଥିବା ପୋଲିସ ଜାଣିବାକୁ ପାଇଥିଲା ବୋଲି ସେ କହିଛନ୍ତି।

ଅଭିଯୋଗ ଅନୁଯାୟୀ, ମହିଳା ଖବରଦାତା ଜଣକ ପୁରୀଘାଟ ଥାନା ଅନ୍ତର୍ଗତ ଝାଞ୍ଜିରିମଙ୍ଗଳା ଅଞ୍ଚଳରେ ରହୁଥିବାବେଳେ ଏକ ଗଣମାଧ୍ୟମ ସଂସ୍ଥାରେ କାର୍ଯ୍ୟ କରିବାକୁ ପ୍ରତିଦିନ ଯାଉଥିଲେ। ହେଲେ କଟକ ନନ୍ଦୀସାହି ନିକଟରେ ଅନୁପ୍ରାସ ଏବଂ ତାଙ୍କର ସାଙ୍ଗମାନେ ତାଙ୍କୁ କମେଣ୍ଟ କରୁଥିଲେ। ୨୦୧୭ରୁ ଏଭଳି ଘଟଣା ଘଟି ଆସୁଥିବାବେଳେ ଗତ ୧୨ ତାରିଖରେ ମଧ୍ୟ ଏଭଳି ଘଟିଥିଲା। ଏ ସମ୍ପର୍କରେ ଅନୁଭବଙ୍କୁ ଜଣାଇବାକୁ ମହିଳା ଖବରଦାତା ଜଣକ ତାଙ୍କ ସାଙ୍ଗକୁ ନେଇ ଗତ ୧୨ ତାରିଖ ରାତିରେ ନନ୍ଦୀସାହିସ୍ଥିତ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ ସେ ପହଞ୍ଚି ନିଜର ଅଭିଯୋଗ କହିବା ପୂର୍ବରୁ ଅନୁଭବ ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏପରି କି ଅନୁଭବ ତାଙ୍କ ଉପରକୁ ଛେପ ପକାଇଥିବା ନେଇ ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ହେଲେ ଏ ସମ୍ପର୍କରେ ଅନୁଭବ ତାଙ୍କ ବାସଭବନରେ ଖବରଦାତା ସମ୍ମିଳନୀ ଡାକି କହିଥିଲେ, ଏଭଳି ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ମହିଳା ଜଣକ କାହା ଇଙ୍ଗିତରେ ଅବା କୌଣସି ଖରାପ ମନୋଭାବ ନେଇ ଏଭଳି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri