Posted inଖେଳ

ମହିଳା ଚ୍ୟାଲେଞ୍ଜର ଟ୍ରଫି:  ଆଜି ବାରବାଟୀରେ ଭାରତ ‘ଏ’, ‘ବି’ର ଅଭ୍ୟାସ

କଟକ ଅଫିସ,୩ା୧-  ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଆସନ୍ତା ୪ରୁ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ୯ ତାରିଖ ପର୍ଯ୍ୟନ୍ତ ଭାରତ-ଏ, ଭାରତ-ବି ଓ ଭାରତ-ସି ମଧ୍ୟରେ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ରହିଥିବା ବେଳେ ୧୦ରେ ଫାଇନାଲ ମୁକାବିଲା ହେବ। ସମସ୍ତ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଶୁକ୍ରବାର ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ଏ ଦଳ ଓ ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ବି ଦଳ ଅଭ୍ୟାସକୁ ଆସିବେ। ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଉଭୟ ଦଳର ଅଭ୍ୟାସ ସମୟ ଧାର୍ଯ୍ୟ କରାଯାଇଛି। ବାରବାଟୀରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଦୁଇ ଓଡ଼ିଆ ଖେଳାଳି ଦେଖିବାକୁ ମିଳିବେ। ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ ଓ ମାଧୁରୀ ମେହେଟ୍ଟା ଯଥାକ୍ରମେ ଇଣ୍ଡିଆ ‘ବି’ ଓ ‘ସି’ ଦଳରେ ରହିଛନ୍ତି। ୪ରେ ଏ ଓ ବି ଦଳ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ୫ ତାରିଖରେ ଇଣ୍ଡିଆ ବି ଓ ସି ମଧ୍ୟରେ ମ୍ୟାଚ୍‌ ରହିଛି। ପ୍ରତ୍ୟେକ ମ୍ୟାଚ୍‌ ସକାଳ ୧୧ଟାରୁ ଦିନ ୧.୪୫ ପର୍ଯ୍ୟନ୍ତ ଖେଳାଯିବ।
ଭାରତ-ଏ ଦଳ: ହରମନପ୍ରୀତ କୌର(ଅଧିନାୟିକା), ତାନିଆ ଭାଟିଆ(ଉଇକେଟ କିପର), ଜେସିଆ ଅଖ୍‌ତାର(ଉଇକେଟ କିପର), ପ୍ରିୟା ପୁନିଆ, ଦୀପ୍ତି ଶର୍ମା, ଦେବିକା ବୈଦ୍ୟ, ସ୍ନେହ ରାଣା, ମାନସୀ ଜୋଷୀ, ମେଘନା ସିଂ, ଜେ. କୋମଲ, ମିନୁ ମାନି, ରାଧା ଯାଦବ, ଭାରତ ଫୁଲମଲି।
ଭାରତ-ବି ଦଳ: ସ୍ମୃତି ମାନ୍ଧାନା(ଅଧିନାୟିକା), ସୁଷମା ବର୍ମା(ଉଇକେଟ କିପର), ଆର୍‌. କଳ୍ପନା(ଉଇକେଟ କିପର), ଭି.ଆର୍‌. ଭନିଥା, ଜେମିହା ରୋଡ୍ରିଗୁଏଜ, ଅନୁଜା ପାଟିଲ, ପୁନମ ଯାଦବ, ପୂଜା ବସ୍ତ୍ରକାର, ଶିଖା ପାଣ୍ଡେ, ରେଣୁକା ସିଂ, ଅଞ୍ଜଳି ଶ୍ରାବଣୀ, ସୁଶ୍ରୀ ଦିବ୍ୟଦର୍ଶିନୀ, ଟି.ପି . କନୱାର, ରିଚା ଘୋଷ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri