Posted inଖେଳ

ମହିଳା ଟି୨୦: ଅଭ୍ୟାସ ମ୍ୟାଚ୍‌ରେ ହାରିଲା ବୋର୍ଡ ସଭାପତି ଏକାଦଶ

ସୁରାଟ, ୨୩।୯(ପି.ଟି.)- ସ୍ଥାନୀୟ ଲାଲାଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଟି୨୦ ଅଭ୍ୟାସ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ମହିଳା ଦଳଠାରୁ ବୋର୍ଡ ସଭାପତି ଏକାଦଶ ବୃହତ୍‌ ୮୩ ରନରେ ପରାସ୍ତ ହୋଇଛି। ଏହା ପୂର୍ବରୁ ଖେଳାଯାଇଥିବା ପ୍ରଥମ ଅଭ୍ୟାସ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଥିଲା। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୪ ରନ ସଂଗ୍ରହ କରିଥିଲା। ଜବାବରେ ସଭାପତି ଦଳ ୨୦ ଓଭରରେ ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ଭାରତ ତରଫରୁ ଭାରତୀ ଫୁଲମାଲି ୨୩, ମାନସୀ ଜୋଶୀ ୨୦, ଦେବିକା ବୈଦ୍ୟ ୧୯ ରନ କରି ଆଉଟ ହୋଇଥିବା ବେଳେ ତାରାନୁମ ପଠାନ ୧୫ ରନ କରି ଅପରାଜିତ ରହିଥିଲେ। ବାକି ୭ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଶବନିମ ଇସ୍‌ମାଇଲ ଓ ସୁନେ ଲୁସ୍‌ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ସେହିପରି ଆୟାବୋଙ୍ଗା ଖାକା ୨ ଓ ଆନି ବୋସ୍କ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ପକ୍ଷରୁ ଲିଜେଲି ଲି ୬୫, ତାଜମିନ ବ୍ରିଟ୍ସ ୨୦, ନାଡିନ ଡି କ୍ଳେର୍କ ୨୯ ରନକରି ଆଉଟ ହୋଇଥିବା ବେଳେ ମିଗ୍‌ନନ ଡୁ ପ୍ରିଜ୍‌ ୪୦ ରନ କରି ଅପରାଜିତ ରହିଥିଲେ। ବୋଡ ସଭାପତି ଏକାଦଶ ତରଫରୁ ପଠାନ ୨, ଓଡ଼ିଆ ବୋଲର ସୁଶ୍ରୀ ଦିବ୍ୟଦର୍ଶନୀ, ବୈଦ୍ୟ, ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ୨୪ ତାରିଖରୁ ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା ଦଳ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳାଯିବ। ଏହାପରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆୟୋଜନ ହେବ। ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶନୀ ୨୬ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ବ୍ୟାଟିଂରେ ସେ ବିନା ସ୍କୋରରେ ରନ୍‌ ଆଉଟ ହୋଇ ଅନ୍ତିମ ଉଇକେଟ ଭାବେ ପ୍ୟାଭିଲିୟନ ଫେରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୧୭୪/୫
(ଲି- ୬୫, ପ୍ରିଜ୍‌- ୪୦*, ପଠାନ- ୨/୨୩, ସୁଶ୍ରୀ ଦିବ୍ୟଦର୍ଶନୀ- ୧/ ୨୬)।
ବୋର୍ଡ ସଭାପତି ଏକାଦଶ
୨୦ ଓଭରରେ ୯୧ ଅଲଆଉଟ୍‌
(ଫୁଲମାଲି- ୨୩, ଜୋଶୀ- ୨୦, ଇସ୍‌ମାଇଲ- ୩/୧୧, ଲୁସ୍‌- ୩/୧୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri