Posted inଖେଳ

ମହିଳା ଟି୨୦ ଚ୍ୟାଲେଞ୍ଜର:ଇଣ୍ଡିଆ ‘ସି’ ଚାମ୍ପିୟନ

କଟକ ଅଫିସ,୧୧ା୧-
ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ସି ଚାମ୍ପିୟନ ହୋଇଛି। ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ରହିଥିବା ଇଣ୍ଡିଆ-ବି ଦଳକୁ ଫାଇନାଲରେ ୮ ଉଇକେଟରେ ହରାଇ ଇଣ୍ଡିଆ-ସି ଏହି ଟାଇଟଲ ଜିତିଛି। ସି ଦଳର ଓପନର ତଥା ହରିୟାଣାର ୧୬ବର୍ଷୀୟ ପ୍ରତିଭାବାନ ଖେଳାଳି ସେଫାଳି ବର୍ମା ୮୯ରନର ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିଲେ।
ଫାଇନାଲ ମୁକାବିଲାରେ ଉଭୟ ଦଳରେ ଓଡ଼ିଆ ଖେଳାଳିଙ୍କୁ ଦେଖିବାକୁ ମିଳିଥିଲା। ଇଣ୍ଡିଆ-ବି ଦଳ ପକ୍ଷରୁ ସୁଶ୍ରୀ ଦିବ୍ୟଦର୍ଶିନୀ ଓ ସି ଦଳ ପକ୍ଷରୁ ମାଧୁରୀ ମେହେଟାଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଥିଲା। ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଇଣ୍ଡିଆ-ବି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତେବେ ଅଧିନାୟିକା ସ୍ମୃତି ୩ରନରେ ଆଉଟ ହେବାସହ ଦଳ ୬୪ରନରେ ୫ଟି ଉଇକେଟ ହରାଇଥିଲା। ଅଲରାଉଣ୍ଡର ପୂଜା ବସ୍ତ୍ରକାରଙ୍କ ଧୁଆଁଧାର ବ୍ୟାଟିଂ କରି ୨୨ ବଲରୁ ୩ଟି ଲେଖାଏ ଚୌକା ଓ ଛକା ବଳରେ ୪୩ରନ କରି ଦଳକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଭେଲାସ୍ବାମୀ ଭନିଥା ୨୫ରନ କରିଥିଲେ। ଇଣ୍ଡିଆ-ବି ୬ ଉଇକେଟ ହରାଇ ୧୩୧ରନ କରିଥିଲା। ସୁଶ୍ରୀଙ୍କୁ ବ୍ୟାଟିଂ ସୁଯୋଗ ମିଳି ନ ଥିଲା। ଇଣ୍ଡିଆ-ସି ପକ୍ଷରୁ ମନାଲି ଦକ୍ଷିଣୀ ସର୍ବାଧିକ ୩ଟି ଉଇକେଟ ଅକ୍ତିଆର କରିଥିବା ବେଳେ ରାଜେଶ୍ୱରୀ ଗାଏକ୍ବାଡ ଓ ଦୟଲାନ ହେମଲତା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୧୩୨ରନର ବିଜୟ ଲକ୍ଷ୍ୟକୁ ଇଣ୍ଡିଆ-ସି ୧୫.୨ ଓଭରରେ ୨ ଉଇକେଟ ହରାଇ ହାସଲ କରିଥିଲା। ଓପନର ତଥା ଓଡ଼ିଆ ଖେଳାଳି ମାଧୁରୀ ଓ ସେଫାଳି ପ୍ରଥମ ଉଇକେଟ ଭାଗିଦାରୀରେ ୭୭ରନ ସଂଗ୍ରହ କରିଥିଲେ। ୩ଟି ଚୌକା ବଳରେ ୨୦ରନ କରିଥିବାବେଳେ ମାଧୁରୀ ଦୁର୍ଭାଗ୍ୟବଶତଃ ରନଆଉଟ ହୋଇଥିଲେ। ଅଧିନାୟିକା ବେଦ କ୍ରୀଷ୍ଣାମୃର୍ତ୍ତି ୧୫ରନ କରିବାକୁ ସକ୍ଷମ ହୋଇଥିଲେ। ତେବେ ଆରମ୍ଭରୁ ଚମତ୍କାର ବ୍ୟାଟିଂ କରିଥିବା ସେଫାଳି(୮୯ରନ) ଓ ଦୟଲାନ ହେମଲତା(୬ରନ) ଅପରାଜିତ ରହି ଦଳକୁ ଜିତାଇଥିଲେ। ସେଫାଳିଙ୍କ ଇନିଂସରେ ୧୫ ଚୌକା ଓ ୨ଟି ଛକା ସାମିଲ ଥିଲା। ଇଣ୍ଡିଆ-ବି ପକ୍ଷରୁ ଶିଖା ପାଣ୍ଡେ ଏକମାତ୍ର ଉଇକେଟ ହାସଲ କରିଥିଲେ। ଇଣ୍ଡିଆ-ବି ଅଧିନାୟିକା ସ୍ମୃତି ସେଫାଳିଙ୍କ ବ୍ୟାଟିଂକୁ ପ୍ରଶଂସା କରିବା ସହ ତାଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ‘ସି’ ଦଳ ଚାମ୍ପିୟନ ହୋଇଥିଲା ବୋଲି କହିଥିଲେ। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରା ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri