Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌ ଓ୍ବାର୍ମଅପ୍‌: ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ବ୍ରିସବେନ,୧୮।୨- ସ୍ପିନର ପୁନମ ଯାଦବଙ୍କ ୩ ଉଇକେଟ ସଫଳତା ବଳରେ ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ ପୂର୍ବରୁ ଏକ ଲୋ ସ୍କୋରିଂ ମ୍ୟାଚ୍‌ରେ ଭାରତୀୟ ଦଳ ୨ ରନ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଟିମ୍‌ ଇଣ୍ଡିଆ ଦ୍ୱାରା ଧାର୍ଯ୍ୟ ୧୦୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଓ୍ବେଷ୍ଟଇଣ୍ଡିଜ ଏକଦା ୧୩ ଓଭରରେ ଏକ ଉଇକେଟ ହରାଇ ୫୭ ରନ୍‌ କରି ସହଜ ସ୍ଥିତିରେ ଥିଲା। କିନ୍ତୁ ସ୍ପିନର ଦୀପ୍ତି ଓପନର ଲି ଆନ କିର୍ବି (୪୨)ଙ୍କ ଉଇକେଟ ନେଇଥିଲେ। ଏହାପରେ ଓ୍ବେଷ୍ଟଇଣ୍ଡିଜ ଦଳ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ଚାଲିଥିଲା। ଅଧିନାୟିକା ଷ୍ଟେଫିନ ଟେଲର (୧୬), ଚେଦିନ ନ୍ୟାଶନ (୦) ଓ ଡିଏଣ୍ଡ୍ରା ଡଟିନ (୧) ଆଉଟ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ଫଳରେ ୧୭ ଓଭର ସୁଦ୍ଧା ୫ ଉଇକେଟ ହରାଇ ୬୭ ରନ କରିଥିଲା। ହେଲି ମାଥ୍ୟୁସ (୨୫) ଓ ଚିନଲେ ହେନ୍‌ରୀ (୧୭) ୧୯ତମ ଓଭରରେ ୩ ଚୌକା ଓ ଗୋଟିଏ ଛକା ଲଗାଇଥିଲେ। ଏଥିଯୋଗୁ ଦଳକୁ ଜିତିବା ଲାଗି ଅନ୍ତିମ ଓଭରରେ ୧୧ ରନ୍‌ ଦରକାର ଥିଲା। ପୁନମଙ୍କ ପ୍ରଥମ ୩ ବଲରେ ୭ ରନ୍‌ କରିଥିବା ମାଥ୍ୟୁସ ଚତୁର୍ଥ ବଲରେ ଆଉଟ୍‌ ହୋଇଥିଲେ। ଅନ୍ତିମ ବଲରେ ୩ ରନ୍‌ ଦରକାର ଥିଲା। ହେନ୍‌ରୀ ବେଦ କ୍ରିଷ୍ଣମୂର୍ତ୍ତିଙ୍କ ହାତରେ ଧରାପଡ଼ିଥିଲେ। ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳର ଟପ ଅର୍ଡର ସମ୍ପୂର୍ଣ୍ଣ ବିଫଳ ହୋଇଥିଲା। ଦଳ ୩.୧ ଓଭରରେ ୧୭ ରନ୍‌ରେ ଓପନର ସ୍ମୃତି ମନ୍ଧାନା (୪), ଜେମିମା ରୋଡ୍ରିଗୁଏଜ (୦) ଓ ଶେଫାଳି ବର୍ମା (୧୨)ଙ୍କ ଉଇକେଟ ହରାଇ ସଙ୍କଟରେ ଥିଲା। ଅଧିନାୟିକା ହରମନପ୍ରୀତ କୌର (୧୧) ଓ କ୍ରିଷ୍ଣମୂର୍ତ୍ତି (୫) ମଧ୍ୟ ଫେଲ୍‌ ମାରିଥିଲେ। ଦୀପ୍ତି (୨୧) ଓ ଶେଷ ଆଡ଼କୁ ଶିଖା ପାଣ୍ଡେ (୨୪)ଙ୍କ ଯୋଗୁ ଭାରତ ୨୦ ଓଭରରେ ୮ ଉଇକେଟ ହରାଇ୧୦୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri