Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷିତ: ଭାରତ- ଅଷ୍ଟ୍ରେଲିଆ ଉଦ୍‌ଘାଟନୀ ମ୍ୟାଚ୍‌

ଦୁବାଇ,୯।୯- ଥାଇଲାଣ୍ଡ ଓ ବାଂଲାଦେଶ ଦମ୍‌ଦାର ପ୍ରଦର୍ଶନ କରି ଯୋଗ୍ୟତା ହାସଲ କରିବା ପରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଆଗାମୀ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୦ ମହିଳା ଟି୨୦ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷିତ ହୋଇଛି। ଆଇସିସି ତରଫରୁ ରବିବାର ଏ ନେଇ ଘୋଷଣା କରାଯାଇଛି। ସ୍କଟଲାଣ୍ଡରେ ଅନୁଷ୍ଠିତ ବିଶ୍ୱକପ୍‌ କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟରେ ବିଜୟୀ ହେବା ପରେ ବାଂଲାଦେଶ ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ, ଭାରତ, ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ସହ ବାଂଲାଦେଶ ଗ୍ରୁପ୍‌ ଏ’ରେ ସ୍ଥାନ ପାଇଛି। ଅନ୍ୟପଟେ ୧୨ ବର୍ଷ ତଳେ ପ୍ରଥମ ଓ ଶେଷଥର ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା ଥାଇଲାଣ୍ଡ ମହିଳା ଦଳ ଏଥର ଟି୨୦ ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରି ଇତିହାସ ସୃଷ୍ଟି କରିଛି। ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ୍‌ ଓ ପାକିସ୍ତାନ ସହ ଥାଇଲାଣ୍ଡ ଗ୍ରୁପ୍‌ ବି’ରେ ସାମିଲ ହୋଇଛି।
ବିଶ୍ୱକପ୍‌ ଖେଳିବାକୁ ବାଂଲାଦେଶ ଓ ଥାଇଲାଣ୍ଡକୁ ଆମେ ସ୍ବାଗତ କରୁଛୁ ବୋଲି ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌ ଲୋକାଲ ଅର୍ଗାନାଇଜିଂ କମିଟି ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହୋକେଲେ କହିଛନ୍ତି। କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ଥାଇଲାଣ୍ଡ ୭୦ ରନରେ ବାଂଲାଦେଶଠାରୁ ପରାସ୍ତ ହୋଇ ରନର୍ସଅପ୍‌ ହୋଇଥିଲା। ବିଶ୍ୱକପ୍‌ରେ ଥାଇଲାଣ୍ଡ ତା’ର ପ୍ରଥମ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌କୁ ଆସନ୍ତା ଫେବୃୟାରୀ ୨୨ ତାରିଖରେ ଭେଟିବ। ସେହିପରି ବାଂଲାଦେଶ ଫେବୃୟାରୀ ୨୭ ତାରିଖରେ ଅଷ୍ଟ୍ରେଲିଆ ବିପକ୍ଷରେ ତା’ର ପ୍ରଥମ ମ୍ୟାଚ୍‌ ଖେଳିବ।
ଓ୍ବେଷ୍ଟଇଣ୍ଡିଜ୍‌ରେ ୨୦୧୮ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ରେ ଶ୍ରେଷ୍ଠ ୮ଟି ସ୍ଥାନ ଅଧିକାର କରିଥିବା ଦଳଗୁଡିକ ସିଧାସଳଖ ଏହି ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ଓ ଅଷ୍ଟ୍ରେଲିଆ ଫେବୃୟାରୀ ୨୧ ତାରିଖରେ ମୁହଁାମୁହିଁ ହେବେ। ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ଖେଳାଯିବ।
ପରେ ଏହି ବର୍ଷ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ୨୦୨୦ ମଧ୍ୟ ଆୟୋଜନ ହେବ। ଏହା ଅକ୍ଟୋବର ୧୮ରୁ ଆରମ୍ଭ ହୋଇ ନଭେମ୍ବର ୧୫ରେ ଶେଷ ହେବ। ଅକ୍ଟୋବର ୨୪ରେ ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆ ତା’ର ପ୍ରଥମ ମ୍ୟାଚ୍‌ ଖେଳିବ। ସେହିପରି ଏହିଦିନ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତା’ର ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri