Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ନ୍ୟୁଜିଲାଣ୍ଡ, ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ

ପର୍ଥ, ୨୩।୨- ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ବିଶ୍ୱକପ୍‌ରେ ଶନିବାର ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୪ଟି ବଲ୍‌ ବାକି ରଖି ୭ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଶ୍ରୀଲଙ୍କା ୭ ଉଇକେଟ ହରାଇ ୧୨୭ ରନ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୭.୪ ଓଭରରେ ୩ ଉଇକେଟ ହରାଇ ୧୩୧ ରନ କରି ବିଜୟୀ ହୋଇଛି। ନ୍ୟୁଜିଲାଣ୍ଡ ତରଫରୁ ଓପନର ତଥା ସୋଫି ଡେଭିନ ୭୫ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ସେହିପରି ମାଡି ଗ୍ରୀନ୍‌ ୨୯ ରନ ସଂଗ୍ରହ କରିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ କଭିସା ଦିଲହାରି ଓ ଚମାରି ଆଟାପାଟ୍ଟୁ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଅଧିନାୟିକା ଚମାରି ଆଟାପାଟ୍ଟୁ ସର୍ବାଧିକ ୪୧, ହର୍ଷିତା ମାଡାଭି ଅପରାଜିତ ୨୭, ଓପନର ହସିନି ପେରେରା ୨୦, ଅନୁଷ୍କା ସଞ୍ଜୀବନୀ ୨୭ ରନ ସଂଗ୍ରହ କରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ପକ୍ଷରୁ ହେଲି ଜେନସେନ ସର୍ବାଧିକ ୩, ଆମେଲିଆ କେର ଦୁଇଟି ଉଇକେଟ ନେଇଥିଲେ।
ଥାଇଲାଣ୍ଡ ୭ ଉଇକେଟରେ ପରାସ୍ତ
ଶନିବାର ଖେଳାଯାଇଥିବା ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୨୦ଟି ବଲ୍‌ ବାକି ରଖି ୭ ଉଇକେଟରେ ଥାଇଲାଣ୍ଡକୁ ହରାଇଛି। ଟସ୍‌ ଜିତି ଥାଇଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୭୮ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ନାନପାଟ କୋଞ୍ଚାରୋଏଙ୍କାଇ ସର୍ବାଧିକ ୩୩ ଓ ନାରୁଏମୋଲ ଚାଇଓ୍ବାଇ ୧୩ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଷ୍ଟାଫାନି ଟେଲର ସର୍ବାଧିକ ୩ ଉଇକେଟ ନେଇଥିଲେ।
ଜବାବରେ ଓ୍ବେଷ୍ଟଇଣ୍ଡିଜ ୧୬.୪ ଓଭରରେ ୩ ଉଇକେଟ ହରାଇ ୮୦ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଅଧିନାୟିକା ଟେଲର ଅପରାଜିତ ୨୬, ସେମାଇନ କ୍ୟାମ୍ପବେଲ୍‌ ୨୫ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଥାଇଲାଣ୍ଡର ସୋରାୟା ଲାତେ ଗୋଟିଏ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri