Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ

ସିଡ୍‌ନୀ,୫ା୩- ଚଳିତ ଟି୨୦ ମହିଳା ବିଶ୍ୱକପ୍‌ ଫାଇନାଲ ମୁକାବିଲା ଗୁରୁବାର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ଓ ଡିଫେଣ୍ଡିଂ ତଥା ୪ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ୍‌ ପାଇଁ ଲଢ଼େଇ ହେବ। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌କୁ ଡିଏଲ୍‌ଏସ୍‌ ନିୟମ ଅନୁଯାୟୀ ଅଷ୍ଟ୍ରେଲିଆ ୫ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛି। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ ୬ଷ୍ଠ ଥର ପାଇଁ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଲଗାଣ ବର୍ଷା ଯୋଗୁ ବାତିଲ ହୋଇଥିଲା।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟିକା ମେଗ ଲାନ୍ନିଂ ୪୯*, ବେଥ ମୁନି ୨୮, ରିଚେଲ ହାଇନେସ ୧୭ ରନ୍‌ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ନାଡିଦେ ଡି କ୍ଲାର୍କ ୩ ଉଇକେଟ ହାସଲ କରିଥିଲେ। ପରେ ପୁଣି ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଡିଏଲଏସ୍‌ ନିୟମ ବ୍ୟବହାର କରାଯାଇ ୧୩ ଓଭରରେ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ୯୮ ରନ୍‌ର ଟାର୍ଗେଟ ଧାର୍ଯ୍ୟ ହୋଇଥିଲା। କିନ୍ତୁ ବ୍ୟାଟ୍ସଓମେନଙ୍କ ମିଳିତ ଉଦ୍ୟମ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ୧୩ ଓଭର ସୁଦ୍ଧା ୫ ଉଇକେଟ ହରାଇ ୯୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ସୁନେ ଲସ ଓ ଲୌରା ଓ୍ବଲଭାରଡ ଚତୁର୍ଥ ଉଇକେଟ ପାଇଁ ୩୮ ବଲରେ ୪୬ ରନ୍‌ କରି ଦଳର ବିଜୟ ଆଶା ସୃଷ୍ଟି କରିଥିଲେ। କିନ୍ତୁ ଲୁସ(୨୧) ଆଉଟ୍‌ ହେବା ପରେ କୌଣସି ଖେଳାଳି ଲୌରାଙ୍କୁ ଉପଯୁକ୍ତ ସହାୟତା କରିପାରି ନ ଥିଲେ। ଫଳରେ ଦଳ ବିଜୟ ଲକ୍ଷ୍ୟଠାରୁ ୬ ରନ୍‌ ଦୂରରେ ରହିଯାଇଥିଲା। ଲୌରା ୨୭ ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୨ ଛକା ବଳରେ ୪୧ ରନ୍‌ କରି ନଟଆଉଟ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?