Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ

ସିଡ୍‌ନୀ,୫ା୩- ଚଳିତ ଟି୨୦ ମହିଳା ବିଶ୍ୱକପ୍‌ ଫାଇନାଲ ମୁକାବିଲା ଗୁରୁବାର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ଓ ଡିଫେଣ୍ଡିଂ ତଥା ୪ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ୍‌ ପାଇଁ ଲଢ଼େଇ ହେବ। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌କୁ ଡିଏଲ୍‌ଏସ୍‌ ନିୟମ ଅନୁଯାୟୀ ଅଷ୍ଟ୍ରେଲିଆ ୫ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛି। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ ୬ଷ୍ଠ ଥର ପାଇଁ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଲଗାଣ ବର୍ଷା ଯୋଗୁ ବାତିଲ ହୋଇଥିଲା।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟିକା ମେଗ ଲାନ୍ନିଂ ୪୯*, ବେଥ ମୁନି ୨୮, ରିଚେଲ ହାଇନେସ ୧୭ ରନ୍‌ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ନାଡିଦେ ଡି କ୍ଲାର୍କ ୩ ଉଇକେଟ ହାସଲ କରିଥିଲେ। ପରେ ପୁଣି ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଡିଏଲଏସ୍‌ ନିୟମ ବ୍ୟବହାର କରାଯାଇ ୧୩ ଓଭରରେ ଦକ୍ଷିଣ ଆଫ୍ରିକା ସମ୍ମୁଖରେ ୯୮ ରନ୍‌ର ଟାର୍ଗେଟ ଧାର୍ଯ୍ୟ ହୋଇଥିଲା। କିନ୍ତୁ ବ୍ୟାଟ୍ସଓମେନଙ୍କ ମିଳିତ ଉଦ୍ୟମ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ୧୩ ଓଭର ସୁଦ୍ଧା ୫ ଉଇକେଟ ହରାଇ ୯୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ସୁନେ ଲସ ଓ ଲୌରା ଓ୍ବଲଭାରଡ ଚତୁର୍ଥ ଉଇକେଟ ପାଇଁ ୩୮ ବଲରେ ୪୬ ରନ୍‌ କରି ଦଳର ବିଜୟ ଆଶା ସୃଷ୍ଟି କରିଥିଲେ। କିନ୍ତୁ ଲୁସ(୨୧) ଆଉଟ୍‌ ହେବା ପରେ କୌଣସି ଖେଳାଳି ଲୌରାଙ୍କୁ ଉପଯୁକ୍ତ ସହାୟତା କରିପାରି ନ ଥିଲେ। ଫଳରେ ଦଳ ବିଜୟ ଲକ୍ଷ୍ୟଠାରୁ ୬ ରନ୍‌ ଦୂରରେ ରହିଯାଇଥିଲା। ଲୌରା ୨୭ ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୨ ଛକା ବଳରେ ୪୧ ରନ୍‌ କରି ନଟଆଉଟ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri