Posted inଖେଳ

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା: ନ୍ୟାୟ ମାଗିଲେ ଯୁବି, ଭଜି

ହାଇଦ୍ରାବାଦ,୦୧।୧୧- ନିକଟରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ, ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୋଷୀମାନଙ୍କୁ ଫାଶୀ ଦଣ୍ଡ ଦେବାକୁ ସୋସିଆଲ ମିଡିଆରେ କ୍ୟାମ୍ପେନ ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଦୁଇ ପୂର୍ବତନ ଷ୍ଟାର କ୍ରିକେଟର ଯୁବରାଜ ସିଂ (ଯୁବି) ଓ ହରଭଜନ ସିଂ (ଭଜି)। ଭଜି ଟୁଇଟ୍‌ କରି ଲେଖିଛନ୍ତି ଯେ, ଆମକୁ ଲାଜ ଲାଗୁଛି। ଏଭଳି ଜଘନ୍ୟ ଘଟଣା ଘଟି ଚାଲିଛି। କିନ୍ତୁ କିଛି ପରିବର୍ତ୍ତନ ହେଉ ନାହିଁ। ଏଭଳି ଅପରାଧୀଙ୍କ ପାଇଁ ଆମେ କାହିଁକି କଡ଼ା ଆଇନ ପ୍ରସ୍ତୁତ କରିପାରୁନାହୁଁ? ବଳାତ୍କାରୀଙ୍କୁ ପୂରା ସହର ଆଗରେ ଫାଶୀ ଦିଆଯାଇ ଉଦାହରଣ ସୃଷ୍ଟି କରାଯିବା ଦରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଘଟଣା ପ୍ରତି ଧ୍ୟାନ ଦିଅନ୍ତୁ। ସେହିଭଳି ବର୍ବର ଓ ଭୟଙ୍କର ଖବର ହୃଦୟ ବିଦାରକ ଓ ଚିନ୍ତାଜନକ ବିଷୟ। ଫାଶୀ ଦଣ୍ଡ ଦିଆଯାଉ। ପୀଡ଼ିତାଙ୍କ ପରିବାର ଓ ବନ୍ଧୁଗଣଙ୍କ ସହ ମୋର ସଦ୍‌ଭାବନା ରହିଛି ବୋଲି ଯୁବି ଟୁଇଟ୍‌ କରିଛନ୍ତି। ସୂଚନାଥାଉ କି, ଏହି ଘଟଣାରେ ଜଡ଼ିତ ୪ ବଳାତ୍କାରୀଙ୍କୁ ପୋଲିସ ଗିରଫ କରିସାରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri