Posted inଜାତୀୟ

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ

ହାଇଦ୍ରାବାଦ, ୧ା୧୨ (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲା ରୁଜୁ କରିବାରେ ବିଳମ୍ବ କରିଥିବା ୩ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ମହିଳା ଡାକ୍ତରଙ୍କ ନିଖୋଜ ସମ୍ପର୍କରେ ପରିବାର ପକ୍ଷରୁ ବୁଧବାର ରାତିରେ ପୋଲିସରେ ଏତଲା ଦିଆଯାଇଥିଲେ ହେଁ ସେମାନେ ମାମଲା ଦାଏର କରିବାରେ ଅଯଥା ବିଳମ୍ବ କରିବାରୁ ମୂଲ୍ୟବାନ ସମୟ ଅପଚୟ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ମହିଳା ଡାକ୍ତରଙ୍କ ଜୀବନ ବଞ୍ଚତ୍ପାରିଥାନ୍ତା ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ନିଲମ୍ବିତ ହୋଇଥିବା କର୍ମଚାରୀମାନେ ହେଲେ ସାଇବରାବାଦ ଥାନାର ଏସ୍‌ଆଇ ଏମ. ରବିକୁମାର, ହେଡ୍‌ କନ୍‌ଷ୍ଟେବଲ ପି, ବେଣୁଗୋପାଳ ରେଡ୍ଡୀ ଏବଂ ଏ. ସତ୍ୟନାରାୟଣ ଗୌଡ଼।
ଥାନା ବାହାରେ ଉତ୍ତେଜନା ଲାଗିରହିଥିବାରୁ ଅଭିଯୁକ୍ତମାନଙ୍କୁ ମହବୁବନଗର ଫାଷ୍ଟଟ୍ରାକ୍‌ କୋର୍ଟରେ ହାଜର କରାଯାଇ ପାରି ନ ଥିଲା। ଫଳରେ ମଣ୍ଡଲ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଶାଦନଗର ଥାନାକୁ ଆସି ୪ ଅଭିଯୁକ୍ତଙ୍କୁ ହାଜତ ପଠାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୁକ୍ତ ମହମ୍ମଦ ଅରିଫ୍‌, ଚିନ୍ତାକୁଣ୍ଟା ଚେନ୍ନାକେଶୁଭାଲୁ, ଜୋଲୁ ଶିବା ଏବଂ ଜୋଲୁ ନବୀନଙ୍କୁ ମହବୁବ୍‌ନଗର ଜେଲ୍‌କୁ ପଠାଯିବ ବୋଲି ଜଣାପଡିଛି।
ବଳାତ୍କାର ଓ ହତ୍ୟା ଘଟଣାର ଅପରାଧୀମାନଙ୍କୁ ସର୍ବସମ୍ମୁଖରେ ଫାଶୀ ଦିଆଯାଉ ବୋଲି ଉତ୍ତ୍ୟକ୍ତ ଲୋକେ ଦାବି କରିଥିଲେ। ହଜାର ହଜାର ଲୋକ ସକାଳଠାରୁ ଥାନା ଆଗରେ ବିକ୍ଷୋଭ ଚଳାଇବାରୁ ଉତ୍ତେଜନା ଲଗି ରହିଥିଲା। ସ୍ଥାନୀୟ ବାସିନ୍ଦାଙ୍କ ସମେତ ବିଭିନ୍ନ ମହିଳା ସଂଗଠନ, ଛାତ୍ର ସଂଗଠନ ଆନ୍ଦୋଳନରେ ସାମିଲ ହୋଇଥିଲେ। ତୁରନ୍ତ ଅପରାଧୀଙ୍କୁ ଫାଶୀ ଦିଆଯାଉ ବୋଲି ସେମାନେ ଦାବି କରିଥିଲେ। ହିଂସା ରୋକିବା ପାଇଁ ଥାନା ଚାରିପଟେ ସୁରକ୍ଷା ବଢ଼ାଇବା ସହ ଅତିରିକ୍ତ ସୁରକ୍ଷା ବଳ ମୁତୟନ କରାଯାଇଥିଲା।
ବୁଧବାର ରାତିରେ ହାଇଦ୍ରାବାଦ ଉପକଣ୍ଠ ଶାମଶାବାଦ ଆଉଟର ରିଙ୍ଗ୍‌ରୋଡ୍‌ଠାରେ ଦୁଇଜଣ ଟ୍ରକ୍‌ ଡ୍ରାଇଭର ଓ ୨ କ୍ଲିନର ୨୫ ବର୍ଷୀୟା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିଲେ। ଏହା ପରେ ସେମାନେ ମୃତଦେହକୁ ଶାଦନଗର ସହର ନିକଟକୁ ନେଇ ପୋଡିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri