ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । କାନାଡାରୁ ଆସିଥିବା ଜଣେ ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ଶିଶୁଟିକୁ କିଙ୍ଗ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ) ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏହା ପୂର୍ବରୁ ଲକ୍ଷ୍ନୌର ସିଭିଲ ହସ୍ପିଟାଲରେ କ୍ୱାରାଣ୍ଟାଇନ କରାଯାଇଥିବା ମହିଳା ଡାକ୍ତରଙ୍କ ଶାଶୁ-ଶ୍ୱଶୁର ମଧ୍ୟ କରୋନାରେ ପୀଡ଼ିତ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, କାନାଡାର ଟରଣ୍ଟୋ ସହରରେ ରହୁଥିବା ଉକ୍ତ ମହିଳା ଡାକ୍ତର ସ୍ୱାମୀଙ୍କ ସହ ମାର୍ଚ୍ଚ ୮ରେ ଗୋମତିନଗର ସମ୍ପର୍କୀୟଙ୍କ ଘରକୁ ଆସିଥିଲେ । ପ୍ରଥମେ ତାଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଦେବାରୁ ତାଙ୍କୁ କେଜିଏମ୍‌ୟୁରେ ଭର୍ତ୍ତି କରାଯାଇଥିଲା । ଗତ କିଛି ଘଣ୍ଟା ମଧ୍ୟରେ ଉତ୍ତରପ୍ରଦେଶରେ ୧୬ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ଛୁଇଁଛି ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri