ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନା ପଜିଟିଭ

ଲକ୍ଷ୍ନୌ,୬ ।୪: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । କାନାଡାରୁ ଆସିଥିବା ଜଣେ ମହିଳା ଡାକ୍ତରଙ୍କ ଅଢେଇ ବର୍ଷର ଶିଶୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ଶିଶୁଟିକୁ କିଙ୍ଗ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ) ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏହା ପୂର୍ବରୁ ଲକ୍ଷ୍ନୌର ସିଭିଲ ହସ୍ପିଟାଲରେ କ୍ୱାରାଣ୍ଟାଇନ କରାଯାଇଥିବା ମହିଳା ଡାକ୍ତରଙ୍କ ଶାଶୁ-ଶ୍ୱଶୁର ମଧ୍ୟ କରୋନାରେ ପୀଡ଼ିତ ବୋଲି ଜଣାପଡିଛି । ସୂଚନାଯୋଗ୍ୟ, କାନାଡାର ଟରଣ୍ଟୋ ସହରରେ ରହୁଥିବା ଉକ୍ତ ମହିଳା ଡାକ୍ତର ସ୍ୱାମୀଙ୍କ ସହ ମାର୍ଚ୍ଚ ୮ରେ ଗୋମତିନଗର ସମ୍ପର୍କୀୟଙ୍କ ଘରକୁ ଆସିଥିଲେ । ପ୍ରଥମେ ତାଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଦେବାରୁ ତାଙ୍କୁ କେଜିଏମ୍‌ୟୁରେ ଭର୍ତ୍ତି କରାଯାଇଥିଲା । ଗତ କିଛି ଘଣ୍ଟା ମଧ୍ୟରେ ଉତ୍ତରପ୍ରଦେଶରେ ୧୬ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ଛୁଇଁଛି ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri