Posted inଖେଳ

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌ ଇଣ୍ଡିଆ ୨ ବଲ ପୂର୍ବରୁ ୭ ଉଇକେଟ ହାତରେ ରଖି ହାସଲ କରିନେଇଥିଲା। ଶତକରୁ ଅଳ୍ପକେ ବଞ୍ଚିତ ହୋଇଥିବା ଅଷ୍ଟ୍ରେଲିଆର ଆଶ୍‌ଲେ ଗାର୍ଡନରଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରଥମ ଓଭରରେ ଆଶଲେ ହେଲି(୦)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ବେଥ ମୁନି ୧୬ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଅଧିନାୟିକା ମେଗ ଲାନ୍ନିଂ ଓ ଗାର୍ଡନର ତୃତୀୟ ଉଇକେଟ ଲାଗି ୭୯ ରନ୍‌ର ଭାଗୀଦାରି କରିଥିଲେ। ଏହି ଯୋଡ଼ିକୁ ଭାଙ୍ଗିବା ସହ ସ୍ପିନର ଦୀପ୍ତି ଶର୍ମା ଭାରତକୁ ଗୁରୁତ୍ୱପୂର୍ଣ୍ଣ ବ୍ରେକ ଥ୍ରୁ ଦେଇଥିଲେ। ଶତକ ଆଡ଼କୁ ଅଗ୍ରସର ହେଉଥିବା ଗାର୍ଡନର ୯୩ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଆଉଟ୍‌ ହୋଇଥିଲେ। ତାଙ୍କ ଇନିଂସରେ ୧୧ ଚୌକା ଓ ୩ ଛକା ସାମିଲ ଥିଲା। ଫଳରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୭୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ବୋଲିଂରେ ଭାରତ ପକ୍ଷରୁ ଦୀପ୍ତି ଶର୍ମା ୨ ଉଇକେଟ ନେଇଥିବାବେଳେ ରାଜେଶ୍ୱରୀ ଗାଏକ୍ୱାଡ, ରାଧା ଯାଦବ ଓ ହର୍ଲିନ ଦେଓଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଭାରତୀୟ ଓପନର ଶେଫାଲି ବର୍ମା ଓ ସ୍ମୃତି ମନ୍ଧାନା ପ୍ରଥମ ଉଇକେଟ ପାଇଁ ୮.୨ ଓଭରରେ ୮୫ ରନ୍‌ କରି ଦୃଢ଼ ମୂଳଦୁଆ ପକାଇଥିଲେ। ବିସ୍ଫୋରକ ବ୍ୟାଟିଂ କରିଥିବା ଶେଫାଲି (୪୯) ଅର୍ଦ୍ଧଶତକରୁ ବଞ୍ଚତ୍ତ ହୋଇଥିଲେ। କିନ୍ତୁ ମନ୍ଧାନା ୫୫, ଜେମିମା ରୋଡ୍ରିଗୁଏଜ ୩୦ ଓ ଅଧିନାୟିକା ହରମନପ୍ରୀତ କୌର(୨୦)ଙ୍କ ଯୋଗୁ ଟିମ୍‌ ଇଣ୍ଡିଆ ୧୯.୪ ଓଭରରେ ୩ ଉଇକେଟ ହରାଇ ୧୭୭ ରନ୍‌ କରି ମ୍ୟାଚ୍‌ ଜିତି ନେଇଥିଲା। ଘରୋଇ ଦଳ ଲାଗି ଇଲିସେ ପେରି ଓ ମେଗାନ ସ୍କଟ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଏହି ବିଜୟ ସତ୍ତ୍ୱେ ଭାରତୀୟ ଦଳକୁ ଫାଇନାଲରେ ଖେଳିବା ପାଇଁ ଭାଗ୍ୟ ଉପରେ ଭରସା କରିବାକୁ ପଡ଼ିବ। ପରବର୍ତ୍ତୀ ଲିଗ୍‌ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆକୁ ଇଂଲଣ୍ଡ ହରାଇ ଦେଲେ ଭାରତ ଫାଇନାଲରେ ପ୍ରବେଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri