ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ: ଭାରତ, ଦକ୍ଷିଣ ଆଫ୍ରିକା ସହିତ ଆଲୋଚନା ଚାଲିଛି; ଇସିବି

ଲଣ୍ଡନ,୧୦।୬(ପି.ଟି.): ଚଳିତ ବର୍ଷ ଶେଷ ଆଡକୁ ଏକ ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ କରିବାକୁ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ ସହ ଆଲୋଚନା ଚାଲିଛି ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ (ଇସିବି) ତରଫରୁ କୁହାଯାଇଛି। ଇଂଲଣ୍ଡ ବିପକ୍ଷରେ ଭାରତ ଏକ ଦ୍ୱିପାକ୍ଷିକ ସିରିଜ ଖେଳିବାର କାର୍ଯ୍ୟକ୍ରମ ଥିଲା। ଏଥିରେ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଏହି ସିରିଜକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି।
କୋଭିଡ-୧୯ ମହାମାରୀ ପୂର୍ବରୁ ଅଷ୍ଟ୍ରେଲିଆରେ ମହିଳା ଟି୨୦ ବିଶ୍ୱକପ୍‌ ବେଶ୍‌ ସଫଳତାର ସହ ଆୟୋଜନ ହେବା ସୌଭାଗ୍ୟର କଥା ଥିଲା। ଏହି ମହାମାରୀ ସତ୍ତ୍ୱେ ଚଳିତ ବର୍ଷ କିଛି ପରିମାଣରେ ମହିଳା କ୍ରିକେଟ ମଧ୍ୟ ଆୟୋଜନ ହେବାର ଆବଶ୍ୟକତା ରହିଛି ବୋଲି ଇସିବି ମୁଖ୍ୟ କାର୍ଯ୍ୟନିର୍ବାହୀ ଟମ୍‌ ହାରିସନ କହିଛନ୍ତି। ଏକ ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ ନେଇ ଆମେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ସହ ଆଲୋଚନା କରୁଛୁ। ଆଗାମୀ ସେପ୍ଟେମ୍ବରରେ ମହିଳା କ୍ରିକେଟ ଆୟୋଜନ ନେଇ ଆମେ ଯୋଜନା କରୁଛୁ। ତେବେ ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ କୋଭିଡ-୧୯ ସ୍ଥିତି ଉପରେ ନିର୍ଭର କରିବ। ଭାରତ କିଭଳି ଏହି ମହାମାରୀର ମୁକାବିଲ କରିବ ତାହା ଉପରେ ସବୁକିଛି ନିର୍ଭର କରିବ ବୋଲି ସେ କହିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ରେ ଏପର୍ଯ୍ୟନ୍ତ ୨,୮୫,୦୦୦ ଜଣ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ୪୦,୦୦୦ ପ୍ରାଣ ହରାଇଛନ୍ତି। ଖୁବ୍‌ଶୀଘ୍ର ଆମେ ସ୍ଥିତିକୁ ନିୟନ୍ତ୍ରଣ କରିବୁ, ଯାହାଫଳରେ ଆମେ ଏହି ପ୍ରସ୍ତାବିତ ସିରିଜ ଅୟୋଜନ କରିବାରେ ସକ୍ଷମ ହେବୁ। ଭାରତରେ ଏପର୍ଯ୍ୟନ୍ତ ୨.୭ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି ଓ ୭,୭୦୦ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri