ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ: ଭାରତ, ଦକ୍ଷିଣ ଆଫ୍ରିକା ସହିତ ଆଲୋଚନା ଚାଲିଛି; ଇସିବି

ଲଣ୍ଡନ,୧୦।୬(ପି.ଟି.): ଚଳିତ ବର୍ଷ ଶେଷ ଆଡକୁ ଏକ ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ କରିବାକୁ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ ସହ ଆଲୋଚନା ଚାଲିଛି ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ (ଇସିବି) ତରଫରୁ କୁହାଯାଇଛି। ଇଂଲଣ୍ଡ ବିପକ୍ଷରେ ଭାରତ ଏକ ଦ୍ୱିପାକ୍ଷିକ ସିରିଜ ଖେଳିବାର କାର୍ଯ୍ୟକ୍ରମ ଥିଲା। ଏଥିରେ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଏହି ସିରିଜକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି।
କୋଭିଡ-୧୯ ମହାମାରୀ ପୂର୍ବରୁ ଅଷ୍ଟ୍ରେଲିଆରେ ମହିଳା ଟି୨୦ ବିଶ୍ୱକପ୍‌ ବେଶ୍‌ ସଫଳତାର ସହ ଆୟୋଜନ ହେବା ସୌଭାଗ୍ୟର କଥା ଥିଲା। ଏହି ମହାମାରୀ ସତ୍ତ୍ୱେ ଚଳିତ ବର୍ଷ କିଛି ପରିମାଣରେ ମହିଳା କ୍ରିକେଟ ମଧ୍ୟ ଆୟୋଜନ ହେବାର ଆବଶ୍ୟକତା ରହିଛି ବୋଲି ଇସିବି ମୁଖ୍ୟ କାର୍ଯ୍ୟନିର୍ବାହୀ ଟମ୍‌ ହାରିସନ କହିଛନ୍ତି। ଏକ ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ ନେଇ ଆମେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ସହ ଆଲୋଚନା କରୁଛୁ। ଆଗାମୀ ସେପ୍ଟେମ୍ବରରେ ମହିଳା କ୍ରିକେଟ ଆୟୋଜନ ନେଇ ଆମେ ଯୋଜନା କରୁଛୁ। ତେବେ ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ କୋଭିଡ-୧୯ ସ୍ଥିତି ଉପରେ ନିର୍ଭର କରିବ। ଭାରତ କିଭଳି ଏହି ମହାମାରୀର ମୁକାବିଲ କରିବ ତାହା ଉପରେ ସବୁକିଛି ନିର୍ଭର କରିବ ବୋଲି ସେ କହିଛନ୍ତି। ୟୁନାଇଟେଡ କିଙ୍ଗଡମ୍‌ରେ ଏପର୍ଯ୍ୟନ୍ତ ୨,୮୫,୦୦୦ ଜଣ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ୪୦,୦୦୦ ପ୍ରାଣ ହରାଇଛନ୍ତି। ଖୁବ୍‌ଶୀଘ୍ର ଆମେ ସ୍ଥିତିକୁ ନିୟନ୍ତ୍ରଣ କରିବୁ, ଯାହାଫଳରେ ଆମେ ଏହି ପ୍ରସ୍ତାବିତ ସିରିଜ ଅୟୋଜନ କରିବାରେ ସକ୍ଷମ ହେବୁ। ଭାରତରେ ଏପର୍ଯ୍ୟନ୍ତ ୨.୭ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି ଓ ୭,୭୦୦ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri