Posted inଖେଳ

ମହିଳା ପର୍ବତାରୋହୀ କଳ୍ପନା ଦାଶ ମୃତ

ଭୁବନେଶ୍ୱର,୨୪।୫(ସ୍ପୋଟର୍‌ସ ବ୍ୟୁରୋ)- ସାରା ଭାରତରେ ନିର୍ବାଚନୀ ଉଷ୍ମତା ଛାଇ ରହିଥିବାବେଳେ ଓଡ଼ିଶା କ୍ରୀଡ଼ା ପାଇଁ ଆସିଛି ଏକ ଦୁଃଖଦ ଖବର। ରାଜ୍ୟର ପ୍ରଥମ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କର ଗୁରୁବାର ପରଲୋକ ଘଟିଛି। ୪୯ ବର୍ଷୀୟା ମହିଳା ପର୍ବତାରୋହୀ କଳ୍ପନା ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ଏଭରେଷ୍ଟର ଶିଖରରୁ ଅବତରଣ କରୁଥିବା ବେଳେ ଅସୁସ୍ଥ ହୋଇ ପଡିଥିଲେ ଓ ଏଭରେଷ୍ଟ ବାଲକୋନି ଏରିଆରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। କଳ୍ପନା, ନେପାଳର କାଞ୍ଚି ମାୟା ତମାଙ୍ଗ ଓ ଚାଇନାର ଲିୟାମୁ ମା ଗୁରୁବାର ମଧ୍ୟାହ୍ନ ୧୨ଟା ୫୫ରେ ଏଭରେଷ୍ଟ ଶିଖରରେ ପହଞ୍ଚିଥିଲେ। ତେବେ ସେଠାରୁ ଅବତରଣ କରିବା ବେଳେ ଏହି ଅଘଟଣ ଘଟିଛି ବୋଲି ସେଠାକାର ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ମୀରା ଆଚାର୍ଯ୍ୟ କହିଛନ୍ତି। କଳ୍ପନା ୩ଜଣିଆ ମହିଳା ଅଭିଯାତ୍ରୀ ଦଳରେ ସାମିଲ ଥିଲେ। ଡ୍ରିମର୍ସ ଡେଷ୍ଟିନେଶନ ଟ୍ରେକ୍ସ ଏହି ଏକ୍ସପେଡିସନକୁ ମ୍ୟାନେଜ କରୁଥିଲା।
ଓଡ଼ିଶାର ଢେଙ୍କାନାଳ ଜିଲାରେ ଜନ୍ମଗ୍ରହଣ କରିଥିବା କଳ୍ପନା ଏଭରେଷ୍ଟ ସମେତ ଭାରତ, ନେପାଳ, ୟୁରୋପ, ଦକ୍ଷିଣ ଆମେରିକା ଓ ଅଷ୍ଟ୍ରେଲିଆର ବିଭିନ୍ନ ଶୃଙ୍ଗ ସଫଳତାର ସହ ଚଢ଼ିଛନ୍ତି। ୨୦୦୮ରେ କଳ୍ପନା ନେପାଳ ବାଟ ଦେଇ ସଫଳତାର ସହ ଏଭରେଷ୍ଟ ଚଢ଼ି ଇତିହାସ ସୃଷ୍ଟି କରିଥିଲେ। ସେତେବେଳେ ସେ ଭାରତୀୟ ଅଭିଯାନ ଦଳ ନେତୃତ୍ୱ ନେଇଥିଲେ। ଚଳିତ ସ୍ପ୍ରିଙ୍ଗ୍‌ କ୍ଲାଇମ୍ବିଂ ସେସନରେ ୮,୦୦୦ ମିଟର ଉଚ୍ଚରେ କଳ୍ପନାଙ୍କ ସମେତ ଏପର୍ଯ୍ୟନ୍ତ ୧୪ଜଣ ପର୍ବତାରୋହୀ ପ୍ରାଣ ହରାଇଛନ୍ତି। ମୁମ୍ବାଇର ୫୪ ବର୍ଷୀୟା ଅଞ୍ଜଳି ଏସ୍‌ କୁଲକର୍ଣ୍ଣୀ ମଧ୍ୟ ଏଭରେଷ୍ଟ ଶିଖରରୁ ଅବତରଣ କରିବାବେଳେ ଅସୁସ୍ଥ ହୋଇ ମୃତ୍ୟୁବରଣ କରିଥିଲେ। ଏଭରେଷ୍ଟରେ ୫ଜଣ, କାଞ୍ଚନଜଙ୍ଗା ଓ ମାକାଲୁ ଶୃଙ୍ଗରେ ୩ଜଣ ଲେଖାଏ, ଲୋସେ, ଅନପୂର୍ଣ୍ଣା ଓ ଚୋ ଓୟୁ ଶୃଙ୍ଗରେ ଜଣେ ଲେଖାଏ ପର୍ବତାରୋହୀ ମୃତ୍ୟୁ ବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri