Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା

ଲିଓନ,୩।୭(ଏଏଫ୍‌ପି)- ଆଲେକ୍ସ ମୋର୍ଗାନଙ୍କ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା ଚଳିତ ମହିଳା ଫିଫା ବିଶ୍ୱକପ୍‌ ଫାଇନାଲରେ ସ୍ଥାନ ପକ୍କା କରିଛି। ସେମିଫାଇନାଲରେ ଆମେରିକା ୨-୧ ଗୋଲରେ ଇଂଲଣ୍ଡକୁ ହରାଇ ଦେଇଛି। ମ୍ୟାଚ୍‌ ଆରମ୍ଭରୁ ଖ୍ରିଷ୍ଟେନ ପ୍ରେସ (୧୦ମ ମିନିଟ୍‌) ହେଡର ଜରିଆରେ ଗୋଲ ଦେଇ ଆମେରିକାକୁ ୧-୦ ଗୋଲରେ ଆଗୁଆ କରାଇଥିଲେ। ଏହାର ୯ ମିନିଟ୍‌ରେ ଇଲେନ ହ୍ବାଇଟ୍‌ଙ୍କ ଗୋଲ ଯୋଗୁ ଇଂଲଣ୍ଡ ମ୍ୟାଚ୍‌କୁ ଫେରିଥିଲା। ମ୍ୟାଚ୍‌ର ୩୧ ତମ ମିନିଟ୍‌ରେ ମୋର୍ଗାନଙ୍କ ଗୋଲ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ ଇଂଲଣ୍ଡ ପକ୍ଷରୁ ୬୯ତମ ମିନିଟ୍‌ରେ ଗୋଲ କରାଯାଇଥିଲା। ଏହାକୁ ଅଫ୍‌ସାଇଡ୍‌ ଦର୍ଶାଇ ରେଫିର ଏଡିନା ଆଲଭେସ ବାତିସ୍ତା ଗୋଲକୁ ନାକଚ କରିଥିଲେ। ମ୍ୟାଚ୍‌ରେ ଇଂଲଣ୍ଡକୁ ଫେରିବା ଲାଗି ପେନାଲ୍ଟି ଦ୍ୱାରା ୮୪ ତମ ମିନିଟ୍‌ରେ ଆଉ ଏକ ସୁଯୋଗ ମିଳିଥିଲା। କିନ୍ତୁ ଅଧିନାୟିକା ଷ୍ଟିଫ ହଗଟନ ସ୍କୋର କରିବାରେ ସଫଳ ହୋଇ ନ ଥିଲେ। ତେବେ ଇଂଲଣ୍ଡ ଦଳ ଷ୍ଟାର ଖେଳାଳି ମେଗନ ରାପିନୋଙ୍କ ଅନୁପସ୍ଥିତି ଅନୁଭବ କରିଥିଲା। ଲିଗ୍‌ ଓ କ୍ୱାର୍ଟର ଫାଇନାଲରେ ମେଗନ ମୋଟ ୪ ଗୋଲ ଦେଇଥିଲେ। କିନ୍ତୁ ୩୩ ବର୍ଷୀୟ ଫରଓ୍ବାର୍ଡ ମାଂସପେଶୀ ସମସ୍ୟା ଯୋଗୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳି ପାରି ନ ଥିଲେ। ଚଳିତ ଫିଫା ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ସ୍ବିଡେନ ଓ ନେଦରଲାଣ୍ଡ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?