ପ୍ୟାରିସ,୨୩ା୬(ଏଏଫ୍ପି): ମହିଳା ଫିଫା ବିଶ୍ୱକପ୍ ଆୟୋଜକ ଫ୍ରାନ୍ସ ଓ ଇଂଲଣ୍ଡ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ମ୍ୟାଚ୍ର ଅତିରିକ୍ତ ମିନିଟ୍ରେ ଆମାଣ୍ଡିନେ ହେନ୍ରୀଙ୍କ ଗୋଲ ଯୋଗୁ ଫ୍ରାନ୍ସ ୨-୧ ଗୋଲରେ ବ୍ରାଜିଲକୁ ହରାଇ ବିଶ୍ୱକପ୍ରୁ ବିଦା କରିଛି। ଆୟୋଜକ ଦଳ ପାଇଁ ଭାଲେରି ଗଭିନ (୫୨ ତମ ମିନିଟ୍) ଗୋଲ କରିଥିବାବେଳେ ଥାଇସା(୬୩ତମ)ଙ୍କ ଗୋଲ ବଳରେ ବ୍ରାଜିଲ ମ୍ୟାଚ୍କୁ ଫେରିଥିଲା। ମ୍ୟାଚ୍ ବରାବର ରହିବା ପରେ ଏକ୍ସେଟ୍ରା ଟାଇମ୍ର ସହାୟତା ନିଆଯାଇଥିଲା। ଏଥିରେ ଅଧିନାୟିକା ହେନ୍ରୀ (୧୦୬ତମ) ଗୋଲ ଦେଇ ବ୍ରାଜିଲକୁ ବିଜୟୀ କରାଇଥିଲେ। ଅନ୍ୟ ଏକ ପ୍ରିକ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ଇଂଲଣ୍ଡ ୩-୦ ଗୋଲରେ କାମେରୁନକୁ ହରାଇ ଦେଇଛି। ବିଜୟୀ ଦଳ ଲାଗି ଅଧିନାୟିକା ଷ୍ଟେଫ ହଗଟନ (୧୪ତମ), ଇଲେନ ହ୍ବାଇଟ୍ (୪୫+୪) ଓ ଆଲେକ୍ସ ଗ୍ରୀନଉଡ୍ (୫୮ତମ) ସ୍କୋର କରିଥିଲେ। ଏହି ମ୍ୟାଚ୍ରେ ଅମ୍ପାୟରଙ୍କ ନିଷ୍ପତ୍ତି ଉପରେ କାମେରୁନ ଖେଳାଳିମାନେ ଅସ୍ବାଭାବିକ ପ୍ରତିକ୍ରିୟା ଦେଇଥିଲେ। ଏକଦା ଖେଳାଳିମାନେ ରେଫରିଙ୍କୁ ପଡ଼ିଆରୁ ଚାଲିଯିବାକୁ ଧମକାଇଥିଲେ।
କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…
ହକି ବିଶ୍ୱକପ୍ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ମ୍ୟାଚ୍, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍
ଆମଷ୍ଟେଲଭିନ୍,୨୧ା: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…
ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ
ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…
ଲଡର୍ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି
ଲଣ୍ଡନ,୨୦ା୮: ଲଡର୍ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…
ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ
ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…
ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ
ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…
‘IPL ଖେଳ ନାହିଁ, ନଚେତ୍…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ
ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍ ନେଇ ଐତିହାସିକ…
ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା
ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…
Archives

