Posted inଖେଳ

ମହିଳା ଫିଫା ବିଶ୍ୱକପ୍‌: ସେମିରେ ସ୍ବିଡେନ

ପ୍ୟାରିସ୍‌,୩୦।୬- ଏକଦା ମ୍ୟାଚ୍‌ରେ ପଛୁଆ ଥିବା ସ୍ବିଡେନ୍‌ ୨-୧ ଗୋଲରେ ଶକ୍ତିଶାଳୀ ଜର୍ମାନୀକୁ ହରାଇ ଚଳିତ ମହିଳା ଫିଫା ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ବିଜୟୀ ଦଳ ଲାଗି ସୋଫିଆ ଜ୍ୟାକବସନ ଓ ଷ୍ଟିନା ବ୍ଲାକଷ୍ଟେନିସ ଗୋଲ ସ୍କୋର କରିଥିଲେ। ମ୍ୟାଚ୍‌ ଆରମ୍ଭରୁ ଉଭୟ ଦଳ ମଧ୍ୟରେ କଡ଼ା ସଂଘର୍ଷ ହୋଇଥିଲା। ୧୬ତମ ମିନିଟ୍‌ରେ ଲିନା ମାଗୁଲଙ୍କ ବାଇସାଇକେଲ କିକ୍‌ ଜରିଆରେ ଗୋଲ ଦେଇ ଜର୍ମାନୀକୁ ୧-୦ ଗୋଲରେ ଅଗ୍ରଣୀ ଆଣିଦେଇଥିଲେ। ହେଲେ ଏହାର ୬ ମିନିଟ୍‌ ପରେ ଜ୍ୟାକବସନଙ୍କ ଗୋଲ ଯୋଗୁ ମ୍ୟାଚ୍‌ ବରାବର ସ୍ଥିତିକୁ ଚାଲିଆସିଥିଲା। ଫଳରେ ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ଦଳୀୟ ସ୍କୋର ୧-୧ ଗୋଲରେ ବରାବର ଥିଲା। ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ବ୍ଲାକଷ୍ଟେନିସ (୪୮ତମ ମିନିଟ୍‌)ଙ୍କ ଗୋଲ ବଳରେ ସ୍ବିଡେନ୍‌ ମ୍ୟାଚ୍‌ରେ ଅଗ୍ରଣୀ ହାସଲ କରିଥିଲା। ଏହା ପରଠାରୁ ଉଭୟ ଦଳର ଖେଳାଳିଙ୍କୁ ବହୁ ସୁଯୋଗ ମିଳିଥିଲା, ହେଲେ କୌଣସି ଖେଳାଳି ସ୍କୋର ଲାଇନ୍‌କୁ ପ୍ରଭାବିତ କରିପାରି ନ ଥିଲେ। ଏଥିସହ ବିଶ୍ୱକପ୍‌ର ସେମିଫାଇନାଲ ଲାଇନଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ସ୍ବିଡେନ ସେମିଫାଇନାଲରେ ନେଦରଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri