Posted inଖେଳ

ମହିଳା ବକ୍ସିଂ ଆଇକନ ଆଡାମ୍ସଙ୍କ ଅବସର

ଲଣ୍ଡନ,୬।୧୧(ଏଏଫ୍‌ପି): ଦୁଇ ଥର ଅଲିମ୍ପିକ୍‌ ଚାମ୍ପିୟନ ନିକୋଲା ଆଡାମ୍ସ ବୁଧବାର ଅନ୍ତର୍ଜାତୀୟ ବକ୍ସିଂରୁ ଅବସର ନେଇଛନ୍ତି। ଦୃଷ୍ଟି ଜନିତ ସମସ୍ୟା ଯୋଗୁ ୩୭ବର୍ଷୀୟା ବ୍ରିଟେନ ବକ୍ସର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା ଭାବେ ଫ୍ଲାଇଓ୍ବେଟ କାଟେଗୋରୀରେ ଅଲିମ୍ପକ୍‌ ସ୍ବର୍ଣ୍ଣ ପଦକ ଜିତିଥିଲେ। ଏହି ସଫଳତା ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ପାଇଥିଲେ। ନିଜକୁ କମ୍‌ବ୍ୟାକ୍‌ କିଡ୍‌ କହୁଥିବା ଆଡାମ୍ସ ୨୦୧୫ରେ କାନ୍ଧରେ ଅସ୍ତ୍ରୋପଚାର ପରେ ପ୍ରଥମ ୟୁରୋପିଆନ ଜେମ୍ସ ଟାଇଟଲ ଜିତିଥିଲେ। ଦୃଷ୍ଟିଜନିତ ସମସ୍ୟା ଯୋଗୁ ହ୍ୟାଟ୍ରିକ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ହାତେଇବା ଆଶା ତ୍ୟାଗ କରିଥିବା କହିଛନ୍ତି। ୟର୍କଶାୟର ଇଭିନିଂ ପୋଷ୍ଟ ନାମକ ଏକ ସ୍ଥାନିୟ ଖବରକାଗଜକୁ ପଠାଇଥିବା ଏକ ପତ୍ରରେ ଲେଖିଛନ୍ତି, ଡାକ୍ତରଙ୍କ ପରାମର୍ଶ କ୍ରମେ ଅବସର ନିଷ୍ପତ୍ତି ନେଇଛି। ବକ୍ସିଂ ଜାରି ରଖିବା ଦ୍ୱାରା ମୋ ଦୃଷ୍ଟି ଶକ୍ତି ସବୁଦିନ ପାଇଁ ଚାଲିଯିବା ଆଶଙ୍କା ଥିବା ଡାକ୍ତର କହିଥିଲେ। ଆଡାମ୍ସ ରିଓ ଅଲିମ୍ପିକ୍ସରେ ନିଜ ଟାଇଟଲ ସଫଳତାର ସହ ବଜାୟ ରଖିଥିଲେ। ୨୦୧୮ରେ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ଜିତିଥିଲେ। ଦେଶ ପାଇଁ ପ୍ରତିନିଧିତ୍ୱ କରିବାକୁ ସୁଯୋଗ ପାଇଥିବାରୁ ମୁଁ ଗର୍ବିତ। ଦୁଇ ଥର ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଓ ଡବ୍ଲ୍ୟୁବିଓ ଚାମ୍ପିୟନଶିପ୍‌ ଜିତିବା ମୋ ପାଇଁ ସ୍ବପ୍ନ ସତ ହେଲା ଭଳି ଘଟଣା। କିନ୍ତୁ ମୋ ଶରୀର ମୋତେ ଆଉ ଅନୁମତି ଦେଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri