Posted inଖେଳ

ମହିଳା ବାଇକ୍‌ ରାଲି ପ୍ରତି ଉତ୍ସାହ ବଢ଼ୁଛି

ଭୁବନେଶ୍ୱର, ୨୧।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍‌ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ଚଳିତମାସ ୨୨ ତାରିଖରେ ଏକ ମହିଳା ବାଇକ୍‌ ରାଲି ଆୟୋଜନ ହେବାକୁ ଯାଉଛି। ଏହି ରାଲି ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ରାମମନ୍ଦିର, ରୂପାଲି, ଆଚାର୍ଯ୍ୟବିହାର ଛକ ଦେଇ ରବୀନ୍ଦ୍ରମଣ୍ଡପଠାରେ ଶେଷ ହେବ। ଏହି ରାଲିରୁ ଜଣେ ଦୁଃଶାହସିକ ମହିଳାଙ୍କୁ ଚୟନ କରାଯାଇ ଅନୁଷ୍ଠାନର ବାର୍ଷିକ ଉତ୍ସବ ଅବସରରେ ଟ୍ରଫି ଏବଂ ଆର୍ଥିକ ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅନୁଷ୍ଠାନର ସମ୍ପାଦିକା ମଧୁସ୍ମିତା ଆଚାର୍ଯ୍ୟ ପ୍ରକାଶ କରିଛନ୍ତି। ୧୮ ବର୍ଷରୁ ଊର୍ଦ୍ଧ୍ୱ ମହିଳାମାନେ ଏହି ରାଲିରେ ଭାଗନେଇ ପାରିବେ। ପ୍ରତି ପ୍ରତିଯୋଗୀଙ୍କୁ ଟି-ଶାର୍ଟ ଓ କ୍ୟାପ ପ୍ରଦାନ କରାଯିବ। ଅଧିକରୁ ଅଧିକ ମହିଳା ଏହି ବାଇକ୍‌ ରାଲିରେ ଯୋଗ ଦେବାପାଇଁ ମଧୁସ୍ମିତା ଅନୁରୋଧ କରିଛନ୍ତି। ଏହି ବାଇକ୍‌ ରାଲି ପ୍ରତି ଅହେତୁକ ଆଗ୍ରହ ପ୍ରକାଶ ପାଇଛି। ବର୍ତ୍ତମାନସୁଦ୍ଧା ୧୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ନାମ ପଞ୍ଜୀକରଣ କରି ସାରିଲେଣି। ଏତତ୍ରେ ଆମେ ବହୁତ ଖୁସି। ପ୍ରତିଯୋଗିତା ଦିନ ସକାଳ ୬ଟା ପର୍ଯ୍ୟନ୍ତ ନାମ ପଞ୍ଜୀକରଣ କରାଯାଇ ପାରିବ। ତେଣୁ ଏହି ସଂଖ୍ୟା ବହୁତ ବଢ଼ିବା ନେଇ ଆମେ ଆଶାବାଦୀ ବୋଲି ମଧୁସ୍ମିତା କହିଛନ୍ତି। ଉକ୍ତ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଓଡବ୍ଲ୍ୟୁଏସିର ପ୍ରତିଷ୍ଠାତା ସଦସ୍ୟା ନମିତା ପଣ୍ଡା, ମୀନତି ଚାଟାର୍ଜୀ, ଅନୁରାଧା ମିଶ୍ର, ଅରୁନ୍ଧତି ମିଶ୍ର ପୃଷ୍ଠପୋଷକ ନିବେଦିତା ଆଚାର୍ଯ୍ୟ, ପରାମର୍ଶଦାତା ଦିଲୀପ ଦାସ ଏବଂ ଅନିତା ପାତ୍ର, ସୁସ୍ମିତା ଧଳ, ସନ୍ଧ୍ୟା ନାୟକ, ମଞ୍ଜୁ ମିଶ୍ର, ବିନୋଦିନୀ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri