Posted inଖେଳ

ମହିଳା ବିବିଏଲ: ପଡ଼ିଆରେ ମହିଳା କ୍ରିକେଟରଙ୍କୁ ବିବାହ ନିବେଦନ

ଆଡିଲେଡ୍‌,୨୦।୧୦- ଚଳିତ ମହିଳା ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଶନିବାର ମେଲବୋର୍ନ ରେନେଗାଡେସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ ଜିତିବା ପରେ ଆଡିଲେଡ୍‌ ଷ୍ଟ୍ରାଇକର୍ସ ଲେଗ୍‌ ସ୍ପିନର ଆମାଣ୍ଡା ଜାଡେ ଓ୍ବେଲିଂଟନ ଦଳୀୟ ଖେଳାଳିଙ୍କ ସହ ଫଟୋ ନେଉଥିବାବେଳେ ତାଙ୍କୁ ଆଶ୍ଚର୍ଯ୍ୟ କଲା ଭଳି ଉପହାର ମିଳିଥିଲା। ୨୩ ବର୍ଷୀୟ ପୁରୁଷ ବନ୍ଧୁ ଟେଲର ମ୍ୟାକକେଚନି ପଡ଼ିଆରେ ଆଣ୍ଠେଇ ଆମାଣ୍ଡାଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ପ୍ରାୟ ବଲ ଭଳି ଦେଖାଯାଉଥିବା ରିଙ୍ଗ୍‌ ପିନ୍ଧାଇଥିଲେ। ଆମେ ପଡ଼ିଆରେ ଟିମ ଫଟୋ ନେଉଥିବାବେଳେ ମୁଁ ତାଙ୍କୁ ପଡ଼ିଆରେ ଦେଖିଲି। ମୁଁ ଜାଣି ନ ଥିଲି କ’ଣ ଘଟୁଛି। କିନ୍ତୁ ମୁଁ ଏବେ ବହୁତ ଖୁସି ବୋଲି ୨୨ ବର୍ଷୀୟା ଆମାଣ୍ଡା କହିଛନ୍ତି। ସେ ୨୦୧୬ରେ ଅଷ୍ଟ୍ରେଲିଆ ପାଇଁ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିଲେ। ଏପର୍ଯ୍ୟନ୍ତ ୮ ଟି୨୦, ୧୨ ଦିନିକିଆ ଓ ଗୋଟିଏ ଟେଷ୍ଟ ଖେଳିସାରିଛନ୍ତି। ମେଲବୋର୍ନ ରେନେଗାଡେସ ବିପକ୍ଷ ମ୍ୟାଚ୍‌ରେ ସେ ୪ ଓଭର ବୋଲିଂ କରି ୨୮ ରନ୍‌ ଦେଇ ଉଇକେଟ ଶୂନ୍ୟ ରହିଥିଲେ। ଆଡିଲେଡ୍‌ ଦଳ ୬ ଉଇକେଟରେ ମ୍ୟାଚ୍‌ ଜିତି ନେଇଥିଲା। ବିଜୟୀ ଦଳ ପାଇଁ ସୋଫି ଡେଭିନ ୭୨ ରନ୍‌ର ଅପରାଜିତ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri