ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ ଆଡମେ ମାଡ଼କାମି। ତାଙ୍କ ଘର ମାଥିଲି ଥାନା ଅନ୍ତର୍ଗତ କମାରପାଲ୍ଲୀ ଗ୍ରାମରେ ବୋଲି ଜଣାପଡ଼ିଛି ା ସେ ଗତ ୨୦୧୫ରେ ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି ଅଧୀନରେ ଥିବା ଦରଭା ଡିଭିଜନର ମହୁପଦର ଏଲଓଏସର ପାର୍ଟି ମେମ୍ବର ଭାବେ କାର୍ଯ୍ୟରତ ଥିଲେ। ସେ ଗତ ୨୦୧୫ରେ ଦଣ୍ଡିପଦର ଗ୍ରାମର ଭୀମା ମାଡ଼କାମିଙ୍କୁ ହତ୍ୟା, ୨୦୧୭ରେ ଜନ୍ଦ୍ରାଗୁଡ଼ା ଗ୍ରାମର ମୁୟା କବାସୀଙ୍କୁ ହତ୍ୟା, ୨୦୧୮ରେ ଖଟୁଆପଦର ଗ୍ରାମର ପରଦେଶୀ ଦୁରୁଆଙ୍କୁ ହତ୍ୟା, ୨୦୧୮ରେ ଲୁଲେର ନିକଟରେ ରାସ୍ତା କାମରେ ନିୟୋଜିତ ରୋଲର ପୋଡ଼ି, ୨୦୧୮ରେ ଡଲଡଲି ଗ୍ରାମ ନିକଟର ପୋଲିସ ସହ ଗୁଳିବିନିମୟ ଓ ମହୁପଦର ନିକଟରେ ପୋଲିସ ସହ ଗୁଳି ବିନିମୟ ଘଟଣାରେ ଜଡ଼ିତ ଥିବା ଜଣାପଡ଼ିଛି। ତାଙ୍କ ନାମରେ ରାଜ୍ୟ ସରକାର ୨ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲୋ ମାଓବାଦୀ ନେତା ମହିଳା କ୍ୟାଡରଙ୍କ ପ୍ରତି ଅତ୍ୟାଚାର କରୁଥିବା ସହ ଦଳରେ ରହି କୌଣସି ସୁବିଧା ହେଉ ନ ଥିବା, ଟେମୁରୁପାଲ୍ଲୀ ଓ ମହୁପଦରରେ ପୋଲିସର କ୍ୟାମ୍ପ ପ୍ରତିଷ୍ଠା ଯୋଗୁ ମାଓବାଦୀଙ୍କୁ ସମସ୍ୟା ସୃଷ୍ଟି ସମେତ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟ ପ୍ରତି ଆକୃଷ୍ଟ ହୋଇ ସେ ଆମତ୍ ସମର୍ପଣ କରିଥିବା ଆରକ୍ଷୀ ଅଧୀକ୍ଷକ ଖିଲାରୀ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ଆମତ୍ସମର୍ପଣ ନୀତି ଓ ଥଇଥାନ ନୀତି ଅନୁଯାୟୀ ତାଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବା ସହ ଘର, ପାଠପଢ଼ା ଓ ଧନ୍ଦାମୂଳକ ଶିକ୍ଷା ପାଇଁ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯିବ ବୋଲି ଏସ.ପି. ପ୍ରକାଶ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବିଏସଏଫର କମାଣ୍ଡାଣ୍ଟ ଏ.କେ. ଆର୍ଯ୍ୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri