ମହିଳା ରୋଷେୟାଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ, ପୁରୁଷ ରୋଷେୟା ଗିରଫ

ଦାରିଙ୍ଗବାଡି,୨୫।୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ରୋଷେୟା(ବିଧବା)ଙ୍କୁ ୩ବର୍ଷ ଧରି ଅସଦାଚରଣ କରିଆସୁଥିବା ଘଟଣାରେ ମଙ୍ଗଳବାର ଦାରିଙ୍ଗବାଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଯିଶାୟ ପ୍ରଧାନ, ପୁରୁଷ ରୋଷେୟା କମ୍‌ ଆଟେଣ୍ଡାଣ୍ଟ ସଂସାରି ଦିଗାଳ ବୋଲି ଆଇଆଇସି କୌଶିକ ମାଝୀ ସୂଚନା ଦେଇଛନ୍ତି।

ପୋଲିସ ସୂଚନାନୁଯାୟୀ, ମହିଳା ରୋଷେୟା ଗତ ୪ବର୍ଷ ଧରି ଉକ୍ତ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ବେଳେ ହଷ୍ଟେଲରେ ରୋଷେଇ କରୁଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଧାନ ଏବଂ କୁକ କମ ଆଟେଣ୍ଡାଣ୍ଟ ସମ୍ପୃକ୍ତା ମହିଳାଙ୍କୁ ବିଭିନ୍ନ ସମୟରେ ଅସଦାଚରଣ କରିଆସୁଥିଲେ। ଏନେଇ ସେ କାହାକୁ କହିଲେ ଚାକିରି ହରେଇବାର ଧମକ ଦିଆଯାଉଥିଲା। ତେଣୁ ସେ କିଛିଦିନ ଧରି ଏଭଳି ନିର୍ଯାତନା ସହି ଆସୁଥିଲେ ସୁଦ୍ଧା ଭୟରେ କାହାକୁ ଜଣାଇ ନ ଥିଲେ । ପରେ ସେ ଏନେଇ ପରିବାର ଲୋକଙ୍କୁ ଜଣାଇବା ପରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୨୬।୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା । ସୋମବାର ଉଭୟ ପ୍ରଧାନ ଶିକ୍ଷକ ଏବଂ କୁକ କମ ଆଟେଣ୍ଡାଣ୍ଟଙ୍କୁ ଥାନାକୁ ଆଣି ପଚରାଉଚରା କରାଯିବା ପରେ ମଙ୍ଗଳବାର ଗିରଫ କରାଯାଇଥିବା ଆଇଆଇସି ମାଝୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri