ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୁଣ୍ଢିପଲ୍ଲୀ ଗାଁର ଡାକ ସ୍ବାଇଁ।
ପ୍ରକାଶ ଯେ, ମହିଳା ସରପଞ୍ଚ ସାନଖେମୁଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ରାଥମିକ ବିଦ୍ୟାଳୟରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରେ କୋଭିଡ-୧୯ ସମ୍ପର୍କିତ କାର୍ଯ୍ୟକ୍ରମ ତଦାରଖ କରୁଥିଲେ। ଶନିବାର ଅଭିଯୁକ୍ତ ଡାକ ସଙ୍ଗରୋଧ କେନ୍ଦ୍ରରେ ଜାରି ହୋଇଥିବା ୧୪୪ ଧାରାକୁ ଉଲ୍ଲଂଘନ କରି କେନ୍ଦ୍ର ମଧ୍ୟକୁ ଜବରଦସ୍ତ ଧସେଇ ପଶି ସେଠାରେ ଥିବା ଜଣେ ଅନ୍ତେବାସୀଙ୍କୁ କିଛି ଖାଦ୍ୟଦ୍ରବ୍ୟ ଓ ମଦ ପାଉଚ ଦେବାକୁ ଉଦ୍ୟମ କରିଥିଲେ। ମହିଳା ସରପଞ୍ଚ ଏହି ବେଆଇନ କାମକୁ ବାରଣ କରିବାରୁ ଡାକ ଉତ୍ତେଜିତ ହୋଇ ତାଙ୍କୁ ଅସଦାଚରଣ କରିବାସହ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଏ ନେଇ ସରପଞ୍ଚଙ୍କ ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ ଥାନାରେ ଏକ ମାମଲା (ନଂ.୧୨୭/୨୦) ରୁଜୁ କରି ତଦନ୍ତ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri