ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ, ସରପଞ୍ଚ ମହାସଂଘ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ଏନେଇ ଶନିବାର ଥାନାଧିକାରୀଙ୍କ ବିରୋଧରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ସମସ୍ତ ସରପଞ୍ଚଙ୍କୁ ସରକାର ଜିଲାପାଳ କ୍ଷମତା ପ୍ରଦାନ କରିଥିବା ବେଳେ କୋଭିଡ୍‌ ୧୯ ଭଳି ଗୁରୁତ୍ୱପୂର୍ଣ କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ଗତ ୩ ତାରିଖରେ ବାଙ୍ଗୋର ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ପ୍ରବାସୀ ଓଡ଼ିଆ ଘରକୁ ପଳାଇଯିବାରୁ ସ୍ଥାନୀୟ ବଉଳା ଫାଣ୍ଡିକୁ ମହିଳା ସରପଞ୍ଚ ତାଙ୍କ ସ୍ବାମୀଙ୍କ ସହିତ ଅଭିଯୋଗ କରିବାକୁ ଯାଇଥିଲେ। ପୋଲିସ ସହଯୋଗ କରିବା ପରିବର୍ତ୍ତେ ତାଙ୍କୁ ଠେଲାପେଲା କରି ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି। ଏଣୁ ଉକ୍ତ ଥାନାଧିକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଥିବା ସରପଞ୍ଚ ସଂଘର ଜିଲା ସଭାପତି ଅଖିଳ ନାୟକ କହିଛନ୍ତି। ଏହା ଦ୍ୱାରା ସମସ୍ତ ସରପଞ୍ଚ ବିଶେଷକରି ମହିଳା ସରପଞ୍ଚମାନଙ୍କ ପଦମର୍ଯ୍ୟାଦା ହାନି ଘଟିଛି। ଏଣୁ ଦାବି ପୂରଣ ନ ହେଲେ ସମସ୍ତ ସରପଞ୍ଚ ନିଜ ନିଜ ପଞ୍ଚାୟତରେ ଚାଲିଥିବା କୋଭିଡ୍‌-୧୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟରୁ ନିବୃତ୍ତ ରହିବୁ ବୋଲି ଶିରିଶପାଳ ପଞ୍ଚାୟତର ମହିଳା ସରପଞ୍ଚ ପୁଷ୍ପା ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri