Posted inଖେଳ

ମହିଳା ସିଙ୍ଗଲ୍ସ: ମୁଗୁରୁଜା, କରବର, ହାଲେପଙ୍କ ଅଗ୍ରଗତି

ମେଲବୋର୍ନ, ୨୬।୧(ଏଏଫ୍‌ପି)- ମହିଳା ସିଙ୍ଗଲ୍ସରେ ମଧ୍ୟ ସିଡେଡ ଖେଳାଳିମାନେ ଅଗ୍ରଗତି କରି ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଦୁଇଥର ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୨୬ ବର୍ଷୀୟା ସ୍ପେନ୍‌ର ଗର୍ବାଇନ୍‌ ମୁଗୁରୁଜା ଚତୁର୍ଥ ରାଉଣ୍ଡରେ ନବମ ସିଡ୍‌ କିକି ବେର୍ଟେନ୍ସଙ୍କୁ ଭେଟିବେ। ମୁଗୁରୁଜା ଶନିବାର ତୃତୀୟ ରାଉଣ୍ଡରେ ୬-୧, ୬-୨ ସେଟ୍‌ରେ ପଞ୍ଚମ ସିଡ୍‌ ୟୁକ୍ରେନ୍‌ର ଏଲିନା ଭିଟୋଲିନାଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ବେର୍ଟେନ୍ସ ୬-୨, ୭-୬ ସେଟ୍‌ରେ କାଜାଖସ୍ଥାନର ଜାରିନା ଡିୟାସଙ୍କୁ ହରାଇ ଚତୁର୍ଥ ରାଉଣ୍ଡକୁ ଉଠିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ୧୭ତମ ସିଡ୍‌ ଜର୍ମାନୀର ଆଞ୍ଜେଲିକ କରବର ଓ ୩୦ତମ ସିଡ୍‌ ରୁଷିଆର ଅନାଷ୍ଟାସିଆ ପାଭଲ୍ୟୁଚେଙ୍କୋଭା ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। କରବର ତୃତୀୟ ରାଉଣ୍ଡ ମୁକାବିଲାରେ ୬-୨, ୬-୭,୬-୩ ସେଟ୍‌ରେ ଇଟାଲିରେ କାମିଲା ଜିଓର୍ଜିଙ୍କୁ ହରାଇ ଓ ପାଭଲ୍ୟୁଚେଙ୍କୋଭା ୭-୬, ୭-୬ ସେଟ୍‌ରେ ଦ୍ୱିତୀୟ ସିଡ କାରୋଲିନା ପ୍ଲିସ୍କୋଭାଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପଟେ ଚତୁର୍ଥ ସିଡ୍‌ ରୋମାନିଆର ସିମୋନା ହାଲେପ ଓ ୧୬ତମ ସିଡ୍‌ ବେଲଜିୟମ ଏଲିସ ମର୍ଟେନ୍ସ ଚତୁର୍ଥ ରାଉଣ୍ଡରେ ମୁହଁାମୁହିଁ ହେବେ। ହାଲେପ୍‌ ୬-୧, ୬-୪ ସେଟ୍‌ରେ କାଜାଖସ୍ଥାନର ୟୁଲିୟା ପୁଟିନସେଭାଙ୍କୁ ଓ ମର୍ଟେନ୍ସ ୬-୧, ୬-୭, ୬-୦ ସେଟ୍‌ରେ ଆମେରିକାର କାଥେରାଇନ ବେଲିସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ମହିଳା ସିଙ୍ଗଲ୍ସର ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ୨୮ତମ ସିଡ୍‌ ଇସ୍ତୋନିଆର ଆନେଟ କୋଣ୍ଟାଭେଟ୍‌ ଓ ପୋଲାଣ୍ଡର ଆଇଗା ସ୍ବିଆଟେକ୍‌ ପରସ୍ପରକୁ ଭେଟିବେ। କୋଣ୍ଟାଭେଟ୍‌ ୬-୦, ୬-୧ ସେଟ୍‌ରେ ଷଷ୍ଠ ସିଡ୍‌ ସୁଇଜରଲାଣ୍ଡର ବେଲିଣ୍ଡା ବେନ୍‌କିକଙ୍କୁ ହରାଇ ବିପର୍ଯ୍ୟୟ ଘଟାଇବା ସହ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ସ୍ବିଆଟେକ୍‌ ୭-୫, ୬-୩ ସେଟ୍‌ରେ ୧୯ତମ ସିଡ୍‌ କ୍ରୋଏସିଆର ଡୋନା ଭେକିକ୍‌ଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଡିଫେଣ୍ଡିଂ ଚାମ୍ପିୟନ ଜାପାନର ନାଓମି ଓସାକା, ଅଷ୍ଟମ ସିଡ ସେରେନା ଓ୍ବିଲିୟମ୍ସ ଓ ଦଶମ ସିଡ ମାଡିନସନ କେଜ୍‌ ତୃତୀୟ ରାଉଣ୍ଡରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri